Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଅଦିନିଆ ବର୍ଷା : ୬ ଜିଲ୍ଲାପାଳଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର : ଅଦିନିଆ ବର୍ଷା ଓ କାଳବୈଶାଖୀ ଯୋଗୁ ପ୍ରଭାବିତ ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ କ୍ଷୟକ୍ଷତି ରିପୋର୍ଟ ଦେବାକୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆରସି) ନିର୍ଦ୍ଦେଶ ଦେଇଛନ୍ତି ।
ଏ ସମ୍ପର୍କରେ ସୂଚନା ଦେଇ ଡେପୁଟି ଏସ୍ଆରସି ପ୍ରଭାତ ରଞ୍ଜନ ମହାପାତ୍ର କହିଛନ୍ତି ଯେ, କାଳବୈଶାଖୀ ବର୍ଷା ଯୋଗୁ ବାଲେଶ୍ୱର ଓ ବରଗଡ଼ ଜିଲ୍ଲାରେ ଗଛ ଡାଳ ପଡ଼ି ୨ଜଣ ପ୍ରାଣ ହରାଇ ଥିବାବେଳେ ମୟୂରଭଞ୍ଜ ଜିଲ୍ଲାରେ ଅନ୍ୟଜଣେ ବ୍ୟକ୍ତି କାନ୍ଥ ପଡ଼ି ପ୍ରାଣ ହରାଇଛନ୍ତି । ୬ଟି ଜିଲ୍ଲା ସୋନପୁର, ବରଗଡ଼,ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ ଓ ବାଲେଶ୍ୱର ଜିଲ୍ଲାରୁ ସରକାରଙ୍କୁ ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ମିଳିଛି । ଏହି ଜିଲ୍ଲାପାଳମାନଙ୍କୁ ଯଥାଶୀଘ୍ର କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି । ଅନ୍ୟପକ୍ଷରେ ଏସ୍ଆରସି କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ବରଗଡ଼ ଜିଲ୍ଲାର ବିଜେପୁର, ବରପାଲି, ଅତାବିରା ଓ ଭଟ୍ଲି ଅଞ୍ଚଳରେ ଫସଲ ନଷ୍ଟ ହୋଇଛି ବୋଲି ବରଗଡ଼ ଜିଲ୍ଲାପାଳ ପ୍ରାଥମିକ ରିପୋର୍ଟ ପଠାଇଛନ୍ତି । ଅଦିନିଆ ବର୍ଷାରେ ମୟୂରଭଞ୍ଜ ଜିଲ୍ଲାରେ କାନ୍ଥ ଭୁଷୁଡ଼ିବା ଯୋଗୁ ଯେଉଁମାନଙ୍କ ଘର ନଷ୍ଟ ହୋଇଛି ସେହି ପରିବାରଗୁଡ଼ିକୁ ସରକାରଙ୍କ ପକ୍ଷରୁ ୫ଲକ୍ଷ ୩୧ହଜାର ୨୦୦ଟଙ୍କା କ୍ଷତିପୂରଣ ଦିଆଯାଇଛି । ଅନ୍ୟ ଜିଲ୍ଲାଗୁଡ଼ିକରୁ କ୍ଷୟକ୍ଷତି ରିପୋର୍ଟକୁ ଅପେକ୍ଷା କରାଯାଇଛି । ୨୦୧୮ ମାର୍ଚ୍ଚ ୩୧ତାରିଖ ସୁଦ୍ଧା ଘଡ଼ଘଡ଼ି ଯୋଗୁ ୪୫୬ଜଣଙ୍କ ମୃତ୍ୟୁ ଘଟିଛି ଓ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ସରକାରଙ୍କ ପକ୍ଷରୁ ୫ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ପ୍ରଦାନ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top