Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅପାରଗ ସରକାର ପାଇଁ ଓଡ଼ିଶା ସୀମା ସୁରକ୍ଷିତ ରହିପାରୁନି : କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାରଙ୍କ ଅପାରଗତା ଓ ଦୂରଦୃଷ୍ଟିହୀନତା ପାଇଁ ମାତୃଭୂମିର ମାଟିକୁ ଓଡ଼ିଶାବାସୀ ହରାଇବାକୁ ଯାଉଛନ୍ତି । ଆଗରୁ ମହାନଦୀର ପାଣିକୁ ହରାଇଥିଲୁ, ଆଉ ଏବେ କୋଟିଆ ପରି ଅଞ୍ଚଳଗୁଡ଼ିକ ହରାଇବାକୁ ପଡ଼ୁଛି । ଏହା ଦୁର୍ଭାଗ୍ୟଜନକ ଓ ଅକ୍ଷମଣୀୟ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।
ଆଜି କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, କୋଟିଆ ବିବାଦ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରି ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଓଡ଼ିଶାର ସୀମାନ୍ତରେ ୭୬ଟି ଗାଁ ବିବାଦୀୟ ବୋଲି ଚିହ୍ନଟ ହୋଇଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ,ମୟୁରଭଞ୍ଜ, କେଉଁଝର ଓ ବାଲେଶ୍ୱର ଜିଲ୍ଲା ମାନଙ୍କରେ ଥିବା ଏହି ୭୬ଟି ଗାଁ ଗୁଡ଼ିକ ଆନ୍ଧ୍ରପ୍ରଦେଶ, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସହିତ ବିବାଦୀୟ ହୋଇ ରହିଛି । ଏହି ବିବାଦର ବର୍ତ୍ତମାନ ସ୍ଥିତି କ’ଣ ଓ ଏହି ବିବାଦର ସମାଧାନ ଦିଗରେ ରାଜ୍ୟ ସରକାର କ’ଣ କରିଛନ୍ତି ଓ କରିବାକୁ ଯାଉଛନ୍ତି, ସେ ବିଷୟରେ ରାଜ୍ୟବାସୀଙ୍କୁ ଅବଗତ କରାନ୍ତୁ ବୋଲି କଂଗ୍ରେସ ଦାବି କରୁଛି । ଶ୍ରୀ ପଟ୍ଟନାୟକ ମଧ୍ୟ ଆଜି ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି । ସେହିି ଚିଠିରେ ଉଲ୍ଲେଖ କରିଛନ୍ତି, ଆନ୍ଧ୍ର ସରକାର ଯେତେବେଳେ କୋଟିଆର ୨୨ଟି ଗାଁରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କଲେ ଓଡ଼ିଶା ସରକାର ଏବଂ ଜିଲ୍ଲା ପ୍ରଶାସନ କେମତି ତା’ର ସୁରାକ ପାଇଲା ନାହିଁ? ସରକାର ଏବଂ ପ୍ରଶାସନର ଦାୟିତ୍ୱହୀନତା ପାଇଁ କୋଟିଆ ପ୍ରସଙ୍ଗ ଆଜି ଏକ ବିସ୍ଫୋରକ ସ୍ଥିତିକୁ ଯାଇଛି ଏବଂ ଆମ ହାତରୁ କୋଟିଆ ଗାଁଗୁଡ଼ିକ ଖସି ଯିବାକୁ ଯାଉଛି । ରାଜ୍ୟ ସରକାର କାହିଁକି ଠିକ୍ ସମୟରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶାର ସୀମାବର୍ତୀ ଗାଁ ଗୁଡ଼ିକର ଲୋକଙ୍କୁ ରାଜ୍ୟ ସରକାର ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗ ଯୋଗାଇ ପାରି ନାହାନ୍ତି । ଶିକ୍ଷା, ସ୍ୱାସ୍ଥ୍ୟ, ସାମାଜିକ ନିରପତା, ଜୀବିକା ଇତ୍ୟାଦି ସୁନିଶ୍ଚିତ କରିବା କ୍ଷେତ୍ରରେ ଓଡ଼ିଶା ସରକାର ବିଫଳ ହୋଇଛି ଏବଂ ତାର ସୁଯୋଗ ପଡ଼ୋଶୀ ରାଜ୍ୟମାନେ ନେଉଛନ୍ତି । କେବଳ ଆମ ଜନ୍ମ ଭୂମିର ମାଟି ନୁହେଁ, ଆମର ଭାଷା ଉପରେ ମଧ୍ୟ ପଡ଼ୋଶୀ ରାଜ୍ୟମାନେ ଅକ୍ତିଆର ଜାହିର କରୁଛନ୍ତି । ସୀମାନ୍ତରେ ପ୍ରାୟ ୨୦୦ ସ୍କୁଲ ଗୁଡ଼ିକରେ ଓଡ଼ିଆ ଶିକ୍ଷକ ନାହାନ୍ତି । ଏ ଗୁଡ଼ିକରେ ତେଲଗୁ ଶିକ୍ଷକମାନେ ନିଯୁକ୍ତି ପାଇଛନ୍ତି । ଆମ ରାଜ୍ୟରେ ପ୍ରାକୃତିକ ସଂପଦଗୁଡ଼ିକୁ ମଧ୍ୟ ପଡ଼ୋଶୀ ରାଜ୍ୟ ଲୁଟ କରିବାକୁ ପଛାଉ ନାହାନ୍ତି । ଏଥିପ୍ରତି ସରକାରଙ୍କର ନିଘା ନାହିଁ । ବିଭିନ୍ନ ନଦୀର ବାଲିକୁ ପଡ଼ୋଶୀ ରାଜ୍ୟମାନେ ଲୁଟ କରୁଛନ୍ତି । ସରକାର ନିରବ କେମିତି ଅଛନ୍ତି ବୋଲି ଶ୍ରୀ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା ପଂଚାନନ କାନୁନଗୋ ଓ ମୁଖପାତ୍ର ସୁଦର୍ଶନ ଦାସ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top