Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅବସର ନେଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡଙ୍ଗୀ

ଅବସର ନେଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ କୁମାର ଷଡଙ୍ଗୀ । ଚାକିରିର ୧୦ ମାସ ପୂର୍ବରୁ ସ୍ବେଚ୍ଛାକୃତ ଅବସର ନେଲେ ଅରୁଣ କୁମାର ଷଡଙ୍ଗୀ। ତାଙ୍କ ପାଇଁ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଟ୍ରେନିଂ ଏକାଡେମୀରେ ବିଦାୟ କାଳୀନ ସମାରୋହର ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି । ଏହା ପରେ ଏହି ଅବସରରେ ଅରୁଣ କୁମାର ଷଡଙ୍ଗୀ କହିଛନ୍ତି ୩୩ ବର୍ଷର ଚାକିରି କାଳ ଭିତରେ ଅନେକ ସଫଳତା ଓ ବିଫଳତା ଦେଖିଛନ୍ତି।

୧୯୯୦ ବ୍ୟାଚର ଆଇ.ପି.ଏସ୍ ଅଧିକାରୀ ଅରୁଣ କୁମାର ଷଡଙ୍ଗୀ ବଲାଙ୍ଗୀର ଜିଲ୍ଲାର ମୂଳବାସିନ୍ଦା ଅଟନ୍ତି। ତାଙ୍କ ଚାକିରି କାଳ ମଧ୍ୟରେ ସେ ରାୟଗଡ଼ା, ଜଗତସିଂହପୁର, ବ୍ରହ୍ମପୁର, କଟକ (ରେଲୱେ), ଏଟିସି (ଏନଫୋର୍ସମେଣ୍ଟ), କୋରାପୁଟ, ଖୋର୍ଦ୍ଧା, ରାଉରକେଲା, କ୍ରାଇମବ୍ରାଞ୍ଚର ଆରକ୍ଷୀ ଅଧିକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ଡିଆଇଜି ଭାବେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ (ତାଳଚେର), ଅପରେସନ (ଭୁବନେଶ୍ବର), ଆଇନ ଓ ଶୃଙ୍ଖଳା, କଟକ ଠାରେ କାର୍ଯ୍ୟ କରିଥିଲେ। ସେହିପରି ଆଇଜିପି (ଆଇନ ଓ ଶୃଙ୍ଖଳା), କଟକ ସମେତ ବିପିଏସପିଏ, ଭୁବନେଶ୍ବରର ଅତିରିକ୍ତ ଦାୟିତ୍ଵ ତୁଲାଇ ଥିଲେ। ବିପିଏସପିଏ ର ଆଇଜିପି (ଟ୍ରେନିଂ), ଆଇଜିପି (ଅପରେସନ), (ଗୁଇନ୍ଦା), ଭିଜିଲାନ୍ସ ଭାବେ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ରହି ସଫଳତାର ସହ କାର୍ଯ୍ୟ କରିଥିଲେ। ଏହାପରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଗୁଇନ୍ଦା) ଏବଂ ନିର୍ଦ୍ଦେଶକ (ବିପିଏସପିଏ), ଭୁବନେଶ୍ବରରେ କାର୍ଯ୍ୟ କରୁଥିଲେ। ଏହାପରେ ତାଙ୍କର ସ୍ଵତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ହୋଇଥିଲା। ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଭାବେ ଦାୟିତ୍ଵରେ ଥିଲେ। ଏଥି ସହିତ ସ୍ବତନ୍ତ୍ର ଡିଜି ଟ୍ରେନିଂ ଦାୟିତ୍ବରେ ରହିଥିଲେ। ଗତ ସାଧାରଣ ନିର୍ବାଚନରେ DG In-charge ଥିଲେ। ଅବସର ପରେ ସେ ଓପିଏସସି ଚେୟରମ୍ୟାନ ଭାବେ ଦାୟିତ୍ବ ଗ୍ରହଣ କରିବେ।ସୂଚନାଯୋଗ୍ୟ, ଅରୁଣଙ୍କର ଚାକିରି ୨୦୨୫ ଜୁଲାଇ ପର୍ଯ୍ୟନ୍ତ ଥିଲା। ତାଙ୍କୁ ପୂର୍ବ ବିଜେଡି ସରକାର ୨୦୨୩ ଡିସେମ୍ବର ୩୧ ତାରିଖରେ ରାଜ୍ୟର ଅସ୍ଥାୟୀ ପୋଲିସ ଡିଜି ଭାବେ ନିଯୁକ୍ତି ଦେଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top