Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଅରୁଣ ବୋଥ୍ରା ଏସଆଇଟି ମୁଖ୍ୟ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର

ଭୁବନେଶ୍ୱର(ଓଡ଼ିଶା ୱେୟାର):ନୟାଗଡ଼ ପରୀ ହତ୍ୟା ମାମଲାରେ ଆଜି ତୃତୀୟଦିନ ବିଧାନସଭା ଅଚଳ ରହିବାପରେ କୋର୍ଟଙ୍କ ଦ୍ୱାରା ମନିଟରିଂ କରାଯାଉଥିବା ଏସଆଇଟି ତଦନ୍ତ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ହାଇକୋର୍ଟଙ୍କୁ ଚିଠି ଲେଖିବା ସହ ରାଜ୍ୟ ସରକାର ଏସଆଇଟି ଟିମ୍ ଗଠନ କରିଛନ୍ତି ।ପୁଲିସ ଆଇଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ୫ଜଣିଆ ଏସଆଇଟି ଗଠନ କରାଯାଇଛି । ଏହି ଟିମରେ କ୍ରାଇମବ୍ରାଂଚ ଏସପି ଆରକେ ଦୋରା, ଏଏସପି ଆର ସି ଥମ୍ବ, ଇନ୍ସପେକ୍ଟର ନରେନ୍ଦ୍ର ବେହେରା, କ୍ରାଇମବ୍ରାଂଚ ଇନ୍ସପେକ୍ଟର ମମତାରାଣୀ ପଣ୍ଡା ସାମିଲ ଅଛନ୍ତି ।
ଏହି ଟିମର କାର୍ଯ୍ୟକୁ ହାଇକୋର୍ଟଙ୍କ ଜଣେ କାର୍ଯ୍ୟରତ ବିଚାରପତିଙ୍କ ମାଧ୍ୟମରେ ମନିଟରିଂ କରିବା ନିମନ୍ତେ ଅନୁମତି ଦେବା ପାଇଁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଅନୁରୋଧ କରାଯାଇଛି ।
ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ଆଜି ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଚିଠି ଲେଖି ଏହି ଏସଆଇଟି ଗଠନ ସମ୍ପର୍କରେ ସୂଚନା ଦେଇଛନ୍ତି । ନୟାଗଡ଼ର ୫ବର୍ଷର ଝିଅ ପରୀର ହତ୍ୟା ଘଟଣାର ତଦନ୍ତ ନିମନ୍ତେ ହାଇକୋର୍ଟଙ୍କ ଦ୍ୱାରା ପରିଚାଳିତ ଏକ ଏସଆଇଟି(ସ୍ୱତନ୍ତ୍ର ତଦନ୍ତକାରୀ ଟିମ) ଗଠନ ନିମନ୍ତେ ସରକାର ପ୍ରସ୍ତାବ ଦେଇଛନ୍ତି । ଏଥିପାଇଁ ସରକାରଙ୍କ ପକ୍ଷରୁ ବରିଷ୍ଠ ପୁଲିସ ଅଧିକାରୀଙ୍କ ଏକ ଟିମ୍ ମଧ୍ୟ ଗଠନ ହୋଇଛି । ତେଣୁ ଏ ସମ୍ପର୍କରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଅବଗତ କରି ହାଇକୋର୍ଟଙ୍କ ଜଣେ କାର୍ଯ୍ୟରତ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏହି ଏସଆଇଟି ତଦନ୍ତ କରାଇବା ନିମନ୍ତେ ଆବଶ୍ୟକ ଅନୁମତି ଦେବା ନିମନ୍ତେ ରାଜ୍ୟ ସରକାର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ।
ଆଇନମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଜି ଏସମ୍ପର୍କରେ ବିଧାନସଭାକୁ ଅବଗତ କରାଇଛନ୍ତି । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରୀ ହତ୍ୟା ମାମଲାର ଏସଆଇଟି ତଦନ୍ତ ଆବଶ୍ୟକ ପଡ଼ିଲେ ସରକାର କରିବାକୁ ପ୍ରସ୍ତୁତ ବୋଲି କହିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top