Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଉ ୧ ଲକ୍ଷ କୋଟି ରାଜ୍ୟରେ ନିବେଶ କରିବ ବେଦାନ୍ତ

ବେଦାନ୍ତ ଗତ ଦୁଇ ଦଶନ୍ଧି ଧରି ଓଡ଼ିଶାର ଅଂଶୀଦାର ହୋଇ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିଥିବାବେଳେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବାକୁ ଯାଉଛି । ଏ ନେଇ ମୁମ୍ବାଇ ନିବେଶକ ସମ୍ମିଳନୀରେ ଆଲୋଚନା ବେଳେ ସୂଚନା ଦିଆଯାଇଛି । ଆଲୁମିନିୟମ ଡାଉନଷ୍ଟ୍ରିପ ଶିଳ୍ପ ସମ୍ପ୍ରସାରଣ ପାଇଁ ବେଦାନ୍ତ ଚେୟାରମ୍ୟାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓଡ଼ିଶାରେ ଇଭି ଉତ୍ପାଦନ ନେଇ ମଧ୍ୟ ହୋଇଛି ଆଲୋଚନା । ଏହା ସହ ମେକ୍ ଇନ୍ ଓଡ଼ିଶା କନ୍ କ୍ଲେଭ୍ ୨୦୨୫ ରୋଡ୍ ସୋ’ରେ ୧୮ ପ୍ରତିଷ୍ଠିତ କମ୍ପାନି ମୁଖ୍ୟଙ୍କ ସହ ଆଲୋଚନା କରିଛନ୍ତି କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମେକ୍ ଇନ୍ ଓଡ଼ିଶା କନ୍ କ୍ଲେଭ୍ ରୋଡ୍ ସୋ’ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ୨୦୪୭ ସୁଦ୍ଧା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ପରିକଳ୍ପନା ପ୍ରତି ଓଡ଼ିଶାର ନୂତନ ଡବଲ ଇଞ୍ଜିନ ସରକାର ପ୍ରତିଶ୍ରୁତିବଦ୍ଧ । ୨୦୩୦ ସୁଦ୍ଧା ଓଡ଼ିଶାକୁ ଅଧା ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଥିବାରୁ ଆମେ ନୂଆ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ବିଶ୍ୱକୁ ଆମନ୍ତ୍ରଣ କରୁଛୁ ।

ମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ଜାନୁଆରୀ ୨୦୨୫ରେ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଉତ୍କର୍ଷ ଓଡ଼ିଶା ଆୟୋଜନ କରୁଛୁ ଏବଂ ଆଜି ପ୍ରି-ଇଭେଣ୍ଟ ରୋଡ୍ ସୋ’ ସମୟରେ ଆମେ ବେଦାନ୍ତ ଅଧ୍ୟକ୍ଷ ଶ୍ରୀ ଅନୀଲ ଅଗ୍ରୱାଲଙ୍କ ସହ ଫଳପ୍ରଦ ଆଲୋଚନା କରିଛୁ ଯିଏ କି ଆମର ନୂତନ ସୁଦୃଢ଼ ନୀତି ଢାଞ୍ଚାରେ ପ୍ରଭାବିତ ହୋଇଛନ୍ତି । ଓଡ଼ିଶାରେ ପୁଞ୍ଜିନିବେଶକୁ ଦ୍ୱିଗୁଣିତ କରିଛନ୍ତି । ନୂଆ ଆଲୁମିନା ପ୍ରକଳ୍ପରେ ୧ ଲକ୍ଷ କୋଟି ଟଙ୍କାର ବିନିଯୋଗ ସୁଯୋଗ ରହିଛି ଯାହା ରାଜ୍ୟବାସୀଙ୍କ ପାଇଁ ଅଧିକ ନିଯୁକ୍ତି ସୃଷ୍ଟି କରିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top