Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଆଜିଠୁ ବିଧାନସଭା ଅଧିବେଶନ ଆରମ୍ଭ

ଆଜିଠୁ ମୋହନ ସରକାରଙ୍କ ଆରମ୍ଭ ହେବ ପ୍ରଥମ ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ । ପୂର୍ବାହ୍ଣ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ବିଧାନସଭା ଚାଲିବ। ଆସନ୍ତା ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବାବେଳେ ୨୫ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ। ଅର୍ଥ ବିଭାଗ ଦାୟିତ୍ୱରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଥିବାରୁ ସେ ଗୃହରେ ବଜେଟ ଉପସ୍ଥାପନ କରିବେ।ଏଥର ବିଧାନସଭାରେ ବିରୋଧୀ ଦଳ ନେତା ଭାବରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବସ୍ଥାପିତ ହେବେ ।

ବିଧାନସଭାର ମୋଟ ୧୪୭ ଆସନରୁ ବିଜେପିର ୭୮ ଜଣ ବିଧାୟକ, ବିଜେଡିର ୫୧ ଜଣ ଓ କଂଗ୍ରେସର ୧୪ ଜଣ ବିଧାୟକ ରହିଛନ୍ତି । ଦୀର୍ଘ ୨୪ ବର୍ଷର ସରକାର ପରେ ନୂଆ ସରକାର କେମିତି କେମିତି କାର୍ଯ୍ୟ କରିବ, କେଉଁ ସବୁ ସମସ୍ୟା ଉପରେ ଅଧିବେଶନରେ ଆଲୋଚନା ହେବ ତାହାକୁ ନେଇ ସାଧାରଣ ଜନତା ମଧ୍ୟ ଏଥର ବେଶ୍ ଉତ୍ସାହିତ ଥିବା ଜଣା ପଡିଛନ୍ତି ।

ତେବେ ଗୃହକୁ ଶାନ୍ତିଶୃଙ୍ଖଳାରେ ଚଳାଇବା ପାଇଁ ରବିବାର ପୂର୍ବାହ୍ଣ ସାଢେ ୧୧ଟାରେ ବିଧାନସଭା ସମ୍ମିଳନୀ କକ୍ଷରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି।ଅନ୍ୟପଟେ ବିଧାନସଭା ଅଧୂବେଶନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ତେବେ ବିଧାନସଭା ବଜେଟ୍ ଅଧୂବେଶନ ପାଇଁ ମୋଟ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top