Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ

ଆମେରିକାରେ ୪୭ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହେଉଛି। ଯଦିଓ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମୋଟ ୮ ଜଣ ପ୍ରାର୍ଥୀ ଅଛନ୍ତି, ତଥାପି ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା ହେଉଛି ଭାରତୀୟ ବଂଶୋଦ୍ଭବ ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ କମଳା ଦେବୀ ହାରିସ୍ ଏବଂ ରିପବ୍ଲିକାନ୍ ପାର୍ଟି ପ୍ରାର୍ଥୀ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ। ଆମେରିକାରେ ଭୋଟ୍ ଗ୍ରହଣ ସମୟ ସକାଳ ୭ଟାରୁ ଅର୍ଥାତ୍ ଯଦି ଭାରତର ସମୟ ଅନୁଯାୟୀ ଆଜି ଅପରାହ୍ନ ସାଢ଼େ ୪ଟା୩୦ରୁ ଆମେରିକାରେ ମତଦାନ ଆରମ୍ଭ ହେବ। ଭାରତୀୟ ସମୟ ଅନୁଯାୟୀ ବୁଧବାର ଭୋର ସାଢ଼େ ୬ଟା ସୁଦ୍ଧା ମତଦାନ ଶେଷ ହୋଇପାରେ।

ନିର୍ବାଚନରେ ବିଜୟ ଦାବିକୁ ସୁଦୃଢ଼ କରିବା ପାଇଁ ଦୁହେଁ ଜୋରଦାର ପ୍ରଚାର କରିଛନ୍ତି। ତେବେ ଏବେ ଏହି ଫଳାଫଳ ହିଁ କହିବ କିଏ ଜିତିଛି। ଆମେରିକାର ନିର୍ବାଚନ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ, କାରଣ ଏହା ବିଶ୍ୱ ପରିବର୍ତ୍ତନର ସ୍ଥାପକ ବୋଲି ବିବେଚନା କରାଯାଏ।

ସୂଚନଯୋଗ୍ୟ; ଜାନୁଆରୀ ୬ରେ ଫଳାଫଳ ଘୋଷଣା ପରେ ଜାନୁଆରୀ ୨୦ ତାରିଖରେ ନୂଆ ରାଷ୍ଟ୍ରପତି ଶପଥ ନେବେ । ଆମେରିକାରେ ମୋଟ ଇଲେକ୍ଟୋରାଲଙ୍କ ସଂଖ୍ୟା ୫୩୮ ହୋଇଥିବା ବେଳେ ୨୭୦ ରୁ ଅଧିକ ଭୋଟ ପାଇଥିବା ପ୍ରାର୍ଥୀ ରାଷ୍ଟ୍ରପତି ନିର୍ବାଚିତ ହୋଇଥାନ୍ତି। ବିଭିନ୍ନ ରାଜ୍ୟର ଜନସଂଖ୍ୟା ଅନୁସାରେ ସେହି ରାଜ୍ୟର ନିର୍ବାଚିତ ପ୍ରତିନିଧି ବା ଇଲେକ୍ଟୋରାଲଙ୍କ ସଂଖ୍ୟା ଚୟନ କରାଯାଇଥାଏ। ଆମେରିକା ରାଜନୀତିରେ କୌଣସି ମହିଳା ରାଷ୍ଟ୍ରପତି ନିର୍ବାିଚତ ହୋଇନାହାନ୍ତି। ଯଦି କମଲା ହାରିସ ରାଷ୍ଟ୍ରପତି ଭାବେ ନିର୍ବାଚିଚ ହୁଅନ୍ତି, ତେବେ ସେ ଆମେରିକାର ପ୍ରଥମ ମହିଳା ରାଷ୍ଟ୍ରପତି ହେବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top