Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ଆସିବ ରାଜ୍ୟ ବଜେଟ୍

ଆଜି ରାଜ୍ୟରେ ଆସିବ ନୁଆ ସରକାରଙ୍କ ନୂଆ ବଜେଟ୍ । ପ୍ରଥମ ଥର ପାଇଁ ବିଜେପି ସରକାର ରାଜ୍ୟରେ ଶାସନକୁ ଆସିବା ପରେ ଆସୁଛି ବଜେଟ୍ । ଅର୍ଥବିଭାଗ ନିଜ ହାତରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅପରାହ୍ନରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟକୁ ଗୃହରେ ଉପସ୍ଥାପନ କରିବେ ।

ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ଓ ବିକଶିତ ଓଡ଼ିଶା ଗଠନ ନେଇ ଯେଉଁ ସକଳ୍ପ ରହିଛି ତାକୁ ଗୁରୁତ୍ୱ ଦେଇ ଗଠନ କରାଯାଇଛି ବଜେଟ୍ । ତେଣୁ ଏସବୁକୁ ଦେଖିଲେ ଅନୁମାନ କରାଯାଉଛି କି ପୂର୍ବ ଅପେକ୍ଷା ଏଥର ବଜେଟର ଆକାର ବୃଦ୍ଧି ପାଇପାରେ । ପାଖାପାଖି ତିନି ଲକ୍ଷ କୋଟିରୁ ଅଧିକର ବଜେଟ୍ ଆଣିପାରନ୍ତି ସରକାର । ଏଥିରେ କୃଷି, ଶିକ୍ଷା, ସ୍ବାସ୍ଥ୍ୟ, କ୍ରୀଡା, ନିଯୁକ୍ତି ଓ ମହିଳାଙ୍କୁ ଫୋକସ୍ କରାଯାଇପାରେ ।ରାଜ୍ୟର ପ୍ରଥମ ଥର ସରକାର ଗଢିଥିବା ବିଜେପି ବଜେଟରେ ଜନକଲ୍ୟାଣ ଯୋଜନାକୁ କେତେ ଅଗ୍ରାଧିକାର ଦେବ ? ବଜେଟ ରୂପରେଖ କ’ଣ ରହିବ ? ପ୍ରଥମ ବଜେଟରେ ରାଜ୍ୟବାସୀଙ୍କୁ କଣ ଭେଟି ଦେଉଛନ୍ତି ନୂଆ ସରକାର ତାହା ଉପରେ ସମସ୍ତଙ୍କ ନଜର ରହିଛି l

ଅନ୍ୟପଟେ ବଜେଟ ପୂର୍ବରୁ ଗତକାଲି ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହୋଇଥିଲା । ଏଥିରେ କୁହାଯାଇଛି, ୨୦୨୩-୨୪ରେ ଓଡ଼ିଶା ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ । ୨୦୨୨-୨୩ରେ ଏହି ଅର୍ଥନୈତିକ ଅଭିବୃଦ୍ଧି ୭.୯ ପ୍ରତିଶତ ଥିଲା । ରାଜ୍ୟବାସୀଙ୍କ ମୁଣ୍ଡପିଛା ଆୟ ୨୦୨୩-୨୪ରେ ୧ ଲକ୍ଷ ୬୧ ହଜାର ୪୩୭ ଟଙ୍କାକୁ ବଢିଛି । ତେବେ ମୁଣ୍ଡପିଛା ଆୟରେ ଜାତୀୟ ହାରଠୁ ଓଡ଼ିଶା ଢେର୍ ପଛରେ ରହିଥିବା ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top