Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ରେ ମାରାଥନ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ

ରାଜଧାନୀରେ ବିଶାଳ ରୋଡ୍ ସୋ’ ପରେ ଆଜି ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ ଫୁଲବାଣୀ, ବଲାଙ୍ଗିର ଏବଂ ବରଗଡ଼ରେ ବିଶାଳ ଜନ ସମାବେଶକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମେ କନ୍ଧମାଳ ଯିବେ ପ୍ରଧାନମନ୍ତ୍ରୀ । ସକାଳୁ ପ୍ରଥମେ ଫୁଲବାଣୀ ଅଭିମୁଖେ ବାହାରିବେ । ସକାଳ ପ୍ରାୟ ସାଢ଼େ ୮ଟାରେ ବାୟୁସେନାର ସ୍ବତନ୍ତ୍ର ହେଲିକପଟରରେ ଭୁବନେଶ୍ବର ଏୟାରପୋର୍ଟରୁ ବାହାରି ପ୍ରଥମେ ଫୁଲବାଣୀ ଯିବେ ମୋଦି। ସାଢ଼େ ୧୦ଟାରେ ଫୁଲବାଣୀ ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ । ଯେଉଁଠାରେ ଜନସଭାରେ ଯୋଗଦେବା ପରେ ବଲାଙ୍ଗିର ବାହାରିଯିବେ । ଜନସଭା ସାରି ସେଠାରୁ ହେଲିକପଟରରେ ବାହାରିବେ ବଲାଙ୍ଗିର ଅଭିମୁଖେ। ବଲାଙ୍ଗିର ଉପକଣ୍ଠ ପଥରଚେପା ପଡ଼ିଆରେ ବିଜୟ ସଂକଳ୍ପ ସମାବେଶରେ ୧୨ଟାରେ ଯୋଗଦେବେ ମୋଦି।

ଏହା ପରେ ବରଗଡ଼ ଜିଲ୍ଲା ଗସ୍ତ କରିବେ ମୋଦୀ । ୧ଟା ୪୫ରେ ବରଗଡ଼ର ବରାହାଗୁଡ଼ା ଟୋଲଗେଟ୍ ନିକଟରେ ଥିବା ବିକାଶ ଭିନଟେଜ୍ ପଡ଼ିଆରେ ବିଶାଳ ଜନସଭାରେ ଉଦବୋଧନ ଦେବା ସହିତ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ । ଏହି ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବ୍ୟତୀତ ବହୁ ରାଜ୍ୟସ୍ତରୀୟ ନେତା ଉପସ୍ଥିତ ରହିବେ । ମୋଦିଙ୍କ ବରଗଡ଼ ଗସ୍ତ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବା ସହ ସଭାସ୍ଥଳକୁ ନୋ ପ୍ଲାଇଂ ଜୋନ୍ ଏବଂ ନିକଟ NHରେ ବ୍ୟାରିକେଡିଂ ବ୍ୟବସ୍ଥା କରାଯାଇଛି।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନ। ଗତକାଲି ଭୁବନେଶ୍‌ୱରରେ ବିଶାଳ ରୋଡ୍ ସୋ’ ପରେ ଆଜି ମାରାଥନ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି। ତିନୋଟି ଜିଲ୍ଲାରେ ମୋଦୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବଲାଙ୍ଗିରରେ ୨ଶହ ପୁଲିସ ଅଧିକାରୀ, ୩୦୦ ହୋମଗାର୍ଡ ଏବଂ ୨୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top