Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦୀରେ ପହଞ୍ଚି ଥିଲେ।

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଦାରୁଦିଅଁ। କାଳିଆଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିବେ। କୋଟି କୋଟି ଭକ୍ତ ଦୁର୍ଲଭ ହାତୀବେଶକୁ ଅତି ନିକଟରୁ ଦର୍ଶନ କରିବେ। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି।

ନିର୍ଘଣ୍ଟ ନୀତି ଅନୁଯାୟୀ, ଆଜି ଭୋର୍‌ ସାଢ଼େ ୪ଟାରେ ମଙ୍ଗଳାର୍ପଣ ପରେ ୫ଟାରୁ ୭ଟା ଭିତରେ ଡୋର ଲାଗି ଓ ପୁଷ୍ପାଞ୍ଜଳି ହୋଇ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ବିଜେ କରିବେ। ପହଣ୍ଡି ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ। ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ। ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ। ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ। ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ। ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ।

ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ନେଇ ଆକଳନ କରାଯାଇଛି। ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ମାର୍କେଟଛକ ଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି।

ଭକ୍ତମାନେ ଏହି ବ୍ୟାରିକେଡ୍‌ ଓ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିସାରି ଅନ୍ୟ ତିନିଦ୍ୱାର ଦେଇ ପ୍ରସ୍ଥାନ କରିବେ। ସେହିପରି ଆଇନ ଶୃଙ୍ଖଳା, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିିସ ଫୋର୍ସ ସହ ଅଧିକାରୀମାନଙ୍କୁ ନିୟୋଜିତ କରାଯାଇଛି ।

ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ମାର୍କେଟଛକ ଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ସେହିପରି ଆଇନ ଶୃଙ୍ଖଳା, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିିସ ଫୋର୍ସ ସହ ଅଧିକାରୀମାନଙ୍କୁ ନିୟୋଜିତ କରାଯାଇଛି। ଚଳିତବର୍ଷ ସମୁଦାୟ ୬୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବାକୁ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବେଚ୍ଛାସେବୀମାନଙ୍କୁ ମଧ୍ୟ ନିୟୋଜିତ କରାଯାଇଛି।

ଏପରିକି ଶ୍ରୀମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଡ଼ ନିୟନ୍ତ୍ରଣ ବ୍ୟବସ୍ଥାକୁ ୫ଟି ଭାଗରେ ବିଭକ୍ତ କରାଯାଇଛି। ମରିଚିକୋଟଠାରୁ ଶ୍ରୀମନ୍ଦିର ଚାରିପାଖକୁ ନୋ ଭେଇକିଲ୍‌ ଜୋନ ଘୋଷଣା କରାଯାଇଛି

Click to comment

Leave a Reply

Your email address will not be published. Required fields are marked *

Most Popular

To Top