Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ରାଜ୍ୟରେ ୧୨, ୮୫୨ କରୋନା ସଂକ୍ରମଣ ଚିହ୍ନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଲକ୍‌ଡାଉନ୍ ଓ ସପ୍ତାହାନ୍ତ ଶଟ୍‌ଡାଉନ୍ ଚାଲିଥିବା ସତ୍ତ୍ୱେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୨,୮୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ୍ ରାଜ୍ୟରେ ଗୋଟିଏ ଦିନରେ କେବେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇନଥିଲେ। ସେହିପରି ରାଜ୍ୟରେ କରୋନାରେ ଆଉ ୨୮ ଜଣଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭,୧୯୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫,୬୬୭ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲା ପୁଣି ଆଗରେ ରହିଛି। ଏହି ଜିଲ୍ଲାରୁ ସର୍ବାଧିକ ୧୯୦୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୦୭୩, ଅନୁଗୋଳରୁ ୮୭୪, ସୁନ୍ଦରଗଡ଼ରୁ ୮୪୮, କଳାହାଣ୍ଡିରୁ ୬୬୮, ମୟୂରଭଞ୍ଜରୁ ୫୮୬ ଓ ବାଲେଶ୍ୱର ଜିଲ୍ଲାରୁ ୫୦୮ ଜଣ ଚିହ୍ନଟ ହୋଇଛନ୍ତି।

ବରଗଡ଼ ଜିଲ୍ଲାରୁ ୪୬୧ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୧୫୧, ବଲାଙ୍ଗିରରୁ ୨୭୪, ବୌଦ୍ଧରୁ ୩୪୭, ଦେବଗଡ଼ରୁ ୧୦୫, ଢେଙ୍କାନାଳରୁ ୪୮୨, ଗଜପତିରୁ ୭୭, ଗଞ୍ଜାମରୁ ୩୪୦, ଜଗତସିଂହପୁରରୁ ୩୦୦, ଯାଜପୁରରୁ ୩୯୯, କନ୍ଧମାଳରୁ ୧୦୪, କେନ୍ଦ୍ରାପଡ଼ାରୁ ୨୮୫, କେନ୍ଦୁଝରରୁ ୧୮୦, କୋରାପୁଟରୁ ୨୭୨, ମାଲକାନଗିରିରୁ ୧୧୪, ନବରଙ୍ଗପୁରରୁ ୩୪୪, ପୟାଗଡ଼ରୁ ୩୩୧, ନୂଆପଡ଼ାରୁ ୭୦, ପୁରୀରୁ ୪୭୨, ରାୟଗଡ଼ାରୁ ୧୯୮, ସମ୍ବଲପୁରରୁ ୩୫୫ ଓ ସୋନପୁର ଜିଲ୍ଲାରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୩୩ ଜଣ ଚିହ୍ନଟ ହୋଇଛନ୍ତି।

୧୨,୮୫୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୨ ହଜାର ୩୮୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୭୭ ହଜାର ୯୮୩ ଜଣ ସୁସ୍ଥ ହୋଇସାରିଛନ୍ତି। ୧ ଲକ୍ଷ ୧୧ ହଜାର ୮୬୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨୮ ଜଣଙ୍କ ଜୀବନ ଯିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୮୪କୁ ବୃଦ୍ଧି ପାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top