Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆନ୍ତର୍ଜାତିକ ସହଭାଗୀତା ଭିତ୍ତିରେ ଓଡିଶାରେ କିପରି ବିଦେଶୀ ପୁଞ୍ଜି ନିବେଶ ହୋଇ ପାରିବ ଆଜିର ଆଲୋଚନା ଫଳପ୍ରଦ ହୋଇଛି : ମୁଖ୍ୟମନ୍ତ୍ରୀ

ଆଜି ନୂଆ ଦିଲ୍ଲୀରେ ଆମ୍ବସାଡର୍ ମିଟ ପରେ ଗଣ ମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ନିମନ୍ତେ ନିବେଶକଙ୍କ ସହ ଏକ ସଫଳ ଆଲୋଚନା ହୋଇଛି। ଓଡ଼ିଶାରେ ଶିଳ୍ପ ବାତାବରଣ, ପୁଞ୍ଜିବିନିଯୋଗକୁ ନେଇ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରାଯାଇଛି।

ରାଜ୍ଯରେ କିଭଳି ଭାବରେ ଅଧିକରୁ ଅଧିକ ବିଦେଶ ପୁଞ୍ଜି ବିନିଯୋଗ ହେଇପାରିବ ସେ ସମ୍ପର୍କରେ ଆଜିର ଆଲୋଚନା ଫଳପ୍ରଦ ହୋଇଛି। ମୁଁ ଆଶା କରୁଛି ୨୦୨୫ କନକ୍ଲେଭ ଏକ ସର୍ବବୃହତ୍ତ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ଆଗାମୀ ଦିନରେ ସବୁଜ ଇନ୍ଧନ, ଖାଦ୍ୟ ପ୍ରକ୍ରିୟାକରଣ, ଇଲେକ୍ଟ୍ରୋନିକ୍ସ, ଆଇଟି, ସେମିକଣ୍ଡକ୍ଟର, ପେଟ୍ରୋ କେମିକାଲସ୍‌ ଭଳି କ୍ଷେତ୍ରରେ ଅଧିକରୁ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି। ଏହା ୨୦୩୬ରେ ସମୃଦ୍ଧ ଓଡିଶା ଏବଂ ୨୦୪୭ ରେ ବିକଶିତ ଓଡିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ ।

ଯାହା ପ୍ରଧାନମନ୍ତ୍ରୀ କହିଥିଲେ ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ, ତାହା ସଫଳ ହେବ। ଓଡିଶାର ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ‘ଓଡିଶା ଏକ ଶିଳ୍ପ ହବ’ ରେ ପରିଣତ ହେବାକୁ ଯାଉଛି।ଏଥିନେଇ ନିଶ୍ଚିତ ରୂପରେ ଆମକୁ ଆଜି ଏକ ‘ସଫଳ ସଙ୍କେତ’ ମିଳି ପାରିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top