Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଶୀଷ ସିଂ ହେଲେ ଅବକାରୀ କମିଶନର

ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୦୪ ମସିହା ବ୍ୟାଚ୍ ଆଇପିଏସ ଆଶୀଷ କୁମାର ସିଂଙ୍କୁ ରାଜ୍ୟ ଅବକାରୀ କମିଶନର ଭାବେ ନିଯୁକ୍ତି ମିଳିଛି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରାଂଚଳ ଡିଆଇଜି ତଥା ଆଇପିଏସ୍ ଶ୍ରୀ ସିଂଙ୍କୁ ଅବକାରୀ କମିଶନର ଭାବେ ବଦଳି କରାଯାଇଛି ଓ ସେଠାରେ ଥିବା ଆଇଏଏସ୍ ଅଞ୍ଜନ କୁମାର ମାନିକଙ୍କୁ ସେଠାରୁ ହଟାଇ ଦିଆଯାଇଛି । ଶ୍ରୀ ମାନିକ ଅବକାରୀ କମିଶନର ସହ ଆଇଜି, ରେଜିଷ୍ଟ୍ରେସନ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ । ଶ୍ରୀ ମାନିକ ଏଣିକି କେବଳ ଆଇଜି,ରେଜିଷ୍ଟ୍ରେସନ ଭାବେ କାର୍ଯ୍ୟ କରିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ସେହିପରି ଆଶୀଷଙ୍କ ସ୍ଥାନରେ କାହାରିକୁ କେନ୍ଦ୍ରାଂଚଳ ପୁଲିସ ଡିଆଇଜି ଭାବେ ନିଯୁକ୍ତି ମିଳିନଥିବା ଜଣାପଡ଼ିଛି ।
ଉଲ୍ଲେଖଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ ଶାସକ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିବା ଆଇପିଏସ୍ ଶ୍ରୀ ସିଂ ଏବେ ପାୱାର କରିଡରର ଗୁଡବୁକରେ ନଥିବାରୁ ତାଙ୍କୁ ଅପେକ୍ଷାକୃତ କମ୍ ଗୁରୁତ୍ୱପୂର୍ଣ୍ଣ ଅଣଆଇପିଏସ୍ ପଦବୀରେ ଅବସ୍ଥାପିତ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top