Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତକାଲି ଶେଷ ପର୍ଯ୍ୟାୟ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି

କାଲି ହେବାକୁ ଯାଉଛି ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନର ମତଦାନ। ରଜ୍ୟର ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଟି ଲୋକ ସଭା ଓ ୪୨ଟି ବିଧାନସଭା ଆସନ ପାଇଁ ମତଦାନ ହେବ।

ଏହି ପର୍ଯ୍ୟାୟରେ ସମସ୍ତ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ବୋଲି କହିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ । ସାମ୍ୱାଦିକ ସମ୍ମିଳନୀ କରି ଡିଜି କହିଛନ୍ତି, ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ । ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି ।

ସେ ଆଉମଧ୍ୟ କହିଛନ୍ତି ଏଥର ୧୦ ହଜାର ୮୮୨ ଟି ବୁଥ ଅଛି। ଏହା ଭିତରେ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ । ୩୬ ହଜାର ପୋଲିସ ଫୋର୍ସ ଏହି ନିର୍ବାଚନରେ ନିୟୋଜିତ ହେବେ। ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ , ୮୬ ପ୍ଲାଟୁନ ଓଡିଶା ଆର୍ମ ପୋଲିସ ରହିବେ । ବୁଥ ତଦାରଖ ପାଇଁ ୮୪୩ ଟି ମୋବାଇଲ ପେଟ୍ରୋଲିଂ ପାର୍ଟି କାମ କରୁଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମକୁ ମନିଟର କରିବ ପେଟ୍ରୋଲିଂ ପାର୍ଟି ।

ଅନ୍ୟପଟେ୧୧ ଜଣଙ୍କୁ ଏନଏସଏରେ ବୁକ କରାଯାଇଛି। ସ୍ପେଶାଲ ଡ୍ରାଇଭ ବଳରେ ୨୮୧ ଜଣଙ୍କ ଠାରୁ ବେଆଇନ ଅସ୍ତ୍ର ଶସ୍ତ୍ର ଜବତ କରାଯାଇଛି । ୩ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି । ୬ ଲକ୍ଷ ଲିଟର ମଦ ଜବତ କରାଯାଇଛି। ୨୬ ହଜାରରୁ ଅଧିକ ଏନଡିପିଏସ କେସ ହୋଇଛି। ୮୬୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ୫ ହଜାର ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫ କେଜି ବ୍ରାଉନସୁଗର କରାଯାଇଛି । ସମୁଦାୟ ନିଶା ସାମଗ୍ରୀ ନଗତ ଟଙ୍କା ଜବତ ମୂଲ୍ୟ ଆନୁମାନିକ ୮୯ କୋଟି ହେବ । ଏସଏସଟି ପକ୍ଷରୁ ଚଢ଼ାଉ କରାଯାଇ ଗାଡି ଭିତରୁ ୬.୨୯ କୋଟିରୁ ଅଧିକ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତ୍ତିଜନକ ପୋଷ୍ଟ ହଟାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କେସ ରୁଜୁ ହୋଇଛି । ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଓଡିଶା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ପୋଲିସ ଡିଜିପି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top