Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଆସନ୍ତାକାଲି ଦଳର ୨ କେନ୍ଦ୍ରମନ୍ତ୍ରୀ, ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧିତ କରିବ ରାଜ୍ୟ ବିଜେପି

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜଧାନୀ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ବିଜେଡି ସରକାର ନିଜର ଶପଥ ଗ୍ରହଣ ସମାରୋହ କରିବାପରେ ରାଜ୍ୟ ବିଜେପି ଆସନ୍ତାକାଲି ସେଠାରେ ଦଳର ନେତାମାନଙ୍କୁ ସମ୍ବର୍ଦ୍ଧନା ଦେବା ପାଇଁ ଭବ୍ୟ ଆୟୋଜନ କରିଛି। ଏଠାରେ ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ, ଦଳର ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧନା ଦିଆଯିବ।
ଆଜି ଏ ସମ୍ପର୍କରେ ଦଳର ରାଜ୍ୟ ଉପସଭାପତି ସମୀର ମହାନ୍ତି ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି। ସେମାନଙ୍କ ସହ ଦଳର ରାଜ୍ୟ ପ୍ରଭାରୀ ଅରୁଣ ସିଂ ଆସୁଛନ୍ତି। ସେମାନେ ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ସାଢ଼େ ୮ରେ ପହଞ୍ôଚବା ପରେ ସେମାନଙ୍କୁ ଦଳ ତରଫରୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯିବ। ଏହାପରେ ସେମାନେ ସିଧାସଳଖ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଗସ୍ତ କରିବେ। ଅପରାହ୍ନ ୩ଟାବେଳେ ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଦଳ ପକ୍ଷରୁ ଏକ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେବ। ଏହି ସମ୍ବର୍ଦ୍ଧନା ସଭାରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଜେପିର ସମସ୍ତ ନବ ନିର୍ବାଚିତ ସାଂସଦ ଏବଂ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ଏହି ସମ୍ବର୍ଦ୍ଧନା ସଭାରେ ଦଳର ପ୍ରମୁଖ ନେତୃବୃନ୍ଦ, କର୍ମକର୍ତ୍ତା ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲା ସଭାପତିମାନଙ୍କ ସମେତ ଖୋର୍ଦ୍ଧା, ପୁରୀ, କଟକ ଓ ନିକଟସ୍ଥ ଜିଲ୍ଲାର ଦଳୀୟ କର୍ମୀମାନେ ଯୋଗ ଦେବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top