Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆସନ୍ତାକାଲି ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୧ଟା ସମୟରେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ । ବୈଠକରେ ୨୦୧୪ ସାଧାରଣ ନିର୍ବାଚନରେ ବିଜେଡି ଦେଇଥିବା ପ୍ରତିଶ୍ରୁତିକୁ ପୂରଣ ଦିଗରେ ସରକାର ନେଇଥିବା ପଦକ୍ଷେପ ଓ ବାକି ରହିଥିବା କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ । ମନ୍ତ୍ରିପରିଷଦ ବୈଠକରେ ଉପସ୍ଥିତ ରହିବା ପାଇଁ ସମସ୍ତ ମନ୍ତ୍ରୀଙ୍କୁ ସଂସଦୀୟ ବ୍ୟାପାର ପକ୍ଷରୁ ଅବଗତ କରାଯାଇଛି । ବୈଠକରେ ବିଶେଷକରି ଗତ ୪ବର୍ଷ ମଧ୍ୟରେ ନିର୍ବାଚନୀ ଇସ୍ତାହାର ଆଧାରରେ ନିଆଯାଇଥିବା ପଦକ୍ଷେପର ସମୀକ୍ଷା କରାଯିବ । ବାକି ରହିଥିବା ପ୍ରତିଶ୍ରୁତି ଯଥା-ନିଜସ୍ୱ ଖାଦ୍ୟ ଯୋଜନା, ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ବୃହତ୍ ଶିଳ୍ପ ସ୍ଥାପନ, ବସ୍ତି ଥଇଥାନ ବୋର୍ଡ ଗଠନ, ମଡେଲ୍ ଗ୍ରାମ ପଞ୍ଚାୟତ ଓ ଗାଁ ପ୍ରତିଷ୍ଠା ଆଦି କାର୍ଯ୍ୟକୁ ଚଳିତବର୍ଷ ସୁଦ୍ଧା ସାରିବା ଉପରେ ଗୁରୁତ୍ୱ ଦିଆଯିବ । ସୂଚନାଯୋଗ୍ୟ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଚତୁର୍ଥ ପାଳି ସରକାର ୨୦୧୪ ଏପ୍ରିଲ ୨୧ତାରିଖରେ ଶପଥ ଗ୍ରହଣ କରିବା ଦିନ ହିଁ ମନ୍ତ୍ରିପରିଷଦ ବୈଠକରେ ଦଳର ଇସ୍ତାହାରକୁ କାର୍ଯ୍ୟକାରୀ ନିମନ୍ତେ ଅନୁମୋଦନ କରାଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top