Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତା ନଭେମ୍ବର ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଆସନ୍ତା ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ସପ୍ତଦଶ ବିଧାନସଭାର ଦ୍ୱିତୀୟ ତଥା ଶୀତକାଳୀନ ଅଧିବେଶନ । ଏ ନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅଧିବେଶନ ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ । ଚଳିତ ଶୀତ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି । ଡିସେମ୍ବର ୧, ୮, ୧୫, ୨୨ ଏବଂ ୨୯ ରବିବାର ପଡ଼ୁଥିବାରୁ ଏହି ଦିନମାନଙ୍କରେ ଗୃହ କାର୍ଯ୍ୟ ବନ୍ଦ ରହିବ ।

ସେହିପରି ବଡ଼ ଦିନ ପାଇଁ ଡିସେମ୍ବର ୨୫ ମଧ୍ୟ ଛୁଟି ରହିବ । ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ । ସେଥିପାଇଁ ଏହା ଉପରେ ଜନସାଧାରଣଙ୍କର ନଜର ରହିଛି । ଅନ୍ୟପକ୍ଷରେ ଗୃହ ବେଶ ସରଗରମ ହେବାର ସମ୍ଭାବନା ରହିଛି । ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବେ ।

ସେପଟେ ବିରୋଧୀକୁ ଉଚିତ ଉତ୍ତର ଦେବାକୁ ସରକାର ମଧ୍ୟ ରଣନୀତି ପ୍ରସ୍ତୁତ କରିବେ । ଏଠାରେ ଉଲ୍ଲେଖ ଯୋଗ୍ୟ, ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୩୧ ତାରିଖ ଯାଏ ଚାଲିଥିଲା । ଅଗଷ୍ଟ ୨୦ରୁ ଆରମ୍ଭ ହୋଇଥିବା ଦ୍ଵିତୀୟ ପର୍ଯ୍ୟାୟରେ ସେପ୍ଟେମ୍ବର ୧୧ ତାରିଖରେ ଶେଷ ହୋଇଥିଲା । ଏହି ଅଧିବେଶନରେ ମୋହନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲେ । ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ୍ ଆଣିଥିଲେ ସରକାର ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top