Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଆସନ୍ତା ମାସରେ ସବୁ ଜିଲ୍ଲାରେ ବିଜେଡିର ଜିଲ୍ଲାସ୍ତରୀୟ ଆଇନଜୀବୀ ସମ୍ମିଳନୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତା ମାସରେ ରାଜ୍ୟର ସବୁ ଜିଲ୍ଲାରେ ବିଜେଡି ଆଇନଜୀବୀ ସାମ୍ମୁଖ୍ୟ ପକ୍ଷରୁ ଜିଲ୍ଲାସ୍ତରୀୟ ଆଇନଜୀବୀ ସମ୍ମିଳନୀ କରାଯିବ। ଏଥିପାଇଁ ଆଜି ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଜରୁରୀ ବୈଠକରେ ନିଷ୍ପତ୍ତି ନିଆଯାଇଛି।
ଆଜ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଆଇନଜୀବୀ ସାମ୍ମୁଖ୍ୟର ଜିଲ୍ଲା ଆବାହକ ଏବଂ ଜୋନାଲ୍‍ କମିଟି ଆବାହକମାନଙ୍କର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଆଇନମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ଆଇନଜୀବୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ନେଇଥିବା କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ। ଏହା ମଧ୍ୟରେ ଆଇନଜୀବୀ କଲ୍ୟାଣ ପାଣ୍ଠିକୁ ବାର୍ଷିକ ୫ କୋଟି ଟଙ୍କା ପ୍ରଦାନ, ମଧୁବାବୁ ଆଇନ ସହାୟତା କେନ୍ଦ୍ରରେ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତରେ ନିଯୁକ୍ତି ପ୍ରକ୍ରିୟା ଚାଲୁ ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ନୂତନ କୋର୍ଟ ପ୍ରତିଷ୍ଠା କରାଯାଇଛି । ସମସ୍ତ ଜିଲ୍ଲାରୁ ଯୋଗ ଦେଇଥିବା ନେତୃବୃନ୍ଦ ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରି ରାଜ୍ୟକୁ ପ୍ରଗତିପଥରେ ଆଗେଇ ନେଇଛନ୍ତି ସେଥିରେ ଆଇନଜୀବୀମାନେ ମଧ୍ୟ ଉପକୃତ ହୋଇଛନ୍ତି । ସେଥିପାଇଁ ଆଇନଜୀବୀମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା। ଫେବୃଆରୀ ମାସରେ ସମସ୍ତ ଜିଲ୍ଲାରେ ଆଇନଜୀବୀମାନଙ୍କର ଜିଲ୍ଲା ସ୍ତରୀୟ ସମ୍ମିଳନୀ କରାଯିବାକୁ ବୈଠକରେ ସ୍ଥିର ହୋଇଛି ।
ଏହି ବୈଠକରେ ରାଜ୍ୟ ଆବାହକ ମିଲନ କାନୁନ୍‍ଗୋ, ଉପଦେଷ୍ଟା ଅସୀମ ଅମିତାଭ ଦାସ, ବାର୍‍ କାଉନ୍‍ସିଲ ସଭ୍ୟ ବିଷ୍ଣୁପ୍ରସାଦ ପାତ୍ର, ପବନ କୁମାର ଶର୍ମା, ରାଜ୍ୟ ସଂଯୋଜକ ଶୁଭ୍ରାଂଶୁ ମହାନ୍ତି, ମନୋଜ କୁମାର ବର୍ମା, ଜୋନାଲ୍‍ ଓ ଜିଲ୍ଲା ଆବାହକମାନେ ଯୋଗ ଦେଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top