Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆୟତ୍ତରେ ରହିଲେ ନିୟନ୍ତ୍ରଣରେ ରହିବ କରୋନା: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ରାଜ୍ୟରେ ନିୟନ୍ତ୍ରଣରେ ଅଛି କରୋନା ସଂକ୍ରମଣ। ଦୈନିକ ମାତ୍ର ୧୦ରୁ ୨୦ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ସମସ୍ତେ କୋଭିଡ ନିୟମ ପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ମାକ୍ସ ପିନ୍ଧିବା କଟକଣା ରାଜ୍ୟରୁ ହଟିନାହିଁ। ଏବେ ବି ମାସ୍କ ପିନ୍ଧିବା ପାଇଁ ସମସ୍ତଙ୍କୁ କୁହାଯାଉଛି ବୋଲି ସେ ସୂଚନା ଦେଇଛନ୍ତି।
ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଆମ ରାଜ୍ୟର ସ୍ଥିତି ଭଲ ଅଛି। ସବୁ ଜିଲ୍ଲାପାଳଙ୍କୁ କୁହାଯାଇଛି, ଯେଫାଉଁଠି ଦରକାର ନୂଆ ଷ୍ଟାଟେଜି କରିବେ। ଡବ୍ଲୁଏଚଓ କହିଛି ବର୍ତମାନ ଏହାର ସିଭିଅରିଟି ନାହିଁ। ଏହାକୁ ଚତୁର୍ଥ ଲହର କହିହେବ ନାହିଁ। ଏହାସହ ସ୍ବାସ୍ଥ୍ୟ ବିଭାଗ ସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛି ଓ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ସେହିପରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଆମ ରାଜ୍ୟରେ ବହୁତ କମ ପଜିଟିଭ୍ ବାହାରୁଛି। ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ ସଂକ୍ରମଣ କେସ୍ ନାହିଁ। ତେଣୁ ସେଭଳି ଆତଙ୍କିତ ହେବା ପରିସ୍ଥିତି ନାହିଁ। ତଥାପି ସେଭଳି କିଛି ପରିସ୍ଥିତି ଉପୁଜିଲେ ସତର୍କ ରହିବା ପାଇଁ ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦେଇଛୁ। ସମସ୍ତେ ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲା ଗୁଡ଼ିକୁ କୁହାଯାଇଛି।
ସେହିପରି ଆଇସିଏମଆର ନିୟମାବଳୀ ଅନୁଯାୟୀ, ଟେଷ୍ଟ ବଢା ଯାଉଛି। କ୍ଲଷ୍ଟର ଆଉଟ ବ୍ରେକ୍‌ ଯେଉଁଠି ହେଉଛି ତାହା ଉପରେ ତୀକ୍ଷ୍ଣ ନଜର ରଖିବାକୁ କୁହାଯାଇଛି। ହାଇ ରିସ୍କ ପପୁଲେସନ ଉପରେ ନଜର ରଖାଯାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top