Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆୟୁଷ୍ମାନ : ନବୀନଙ୍କ ସହ କଥା ହେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ

ଭୁବନେଶ୍ୱର(ଓଡ଼ିଶା ୱେୟାର): କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ’ ଯୋଜନାକୁ ଆସନ୍ତା ଅକ୍ଟୋବର ମାସରୁ ରାଜ୍ୟରେ କାର୍ଯ୍ୟକାରୀ କରିବା ପାଇଁ ମାର୍ଗ ପ୍ରଶସ୍ତ ହେଉଛି। ‘ଆୟୁଷ୍ମାନ’ ଯୋଜନାର ସିଇଓ ଡଃ ଇନ୍ଦୁଭୂଷଣ ଓ ତାଙ୍କ ଟିମ୍ ଗତକାଲି ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବାର ୨୪ଘଣ୍ଟା ନପୁରୁଣୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏହି ପ୍ରସଙ୍ଗରେ ଟେଲିଫୋନ୍ ଯୋଗେ ଆଲୋଚନା କରିଥିବା ଜଣାପଡ଼ିଛି। ଏପରିକି ଡଃ ହର୍ଷବର୍ଦ୍ଧନ ଆଜି ଓଡ଼ିଶା, ପଶ୍ଚିମବଙ୍ଗ, ଦିଲ୍ଲୀ ଓ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ‘ଆୟୁଷ୍ମାନ’ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରିଛନ୍ତି। ଡଃ ହର୍ଷବର୍ଦ୍ଧନ ମଧ୍ୟ ଆଜି ନବୀନଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସହ ଏନେଇ ଆଲୋଚନା କରିଥିବା ସୂଚନା ମିଳିଛି।
ରାଜ୍ୟ ସରକାର ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ରେ ସମସ୍ତଙ୍କ ପାଇଁ ସରକାରୀ ଡାକ୍ତରଖାନାରେ ମାଗଣା ଚିକିତ୍ସା ସୁବିଧା ସହ ବିପିଏଲ ପରିବାରକୁ ଘରୋଇ ହସ୍ପିଟାଲରେ ଚିକିତ୍ସା ସୁବିଧା ଯୋଗାଉଥିବାବେଳେ କେନ୍ଦ୍ର ସରକାର ‘ଆୟୁଷ୍ମାନ’ ଯୋଜନାରେ ବିପିଏଲ ପରିବାରକୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସହାୟତା ପ୍ରଦାନ କରୁଛନ୍ତି। ସୂଚନା ଅନୁସାରେ, ଓଡ଼ିଶା ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ବାର୍ଷିକ ପ୍ରାୟ ୨୦୭୫ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଅବଶ୍ୟ ଏଥିରେ କେନ୍ଦ୍ର ସରକାରଙ୍କୁ ବିଭିନ୍ନ ସ୍ୱାସ୍ଥ୍ୟ ଯୋଜନାରେ ମିଳୁଥିବା ପ୍ରାୟ ୭୦୦କୋଟି ଟଙ୍କା ସହାୟତା ସାମିଲ ରହିଛି। ଯଦିଓ ରାଜ୍ୟ ସରକାର ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’କୁ ସମ୍ପୂର୍ଣ୍ଣ ଭାବେ ନିଜସ୍ୱ ପାଣ୍ଠିରେ ଖର୍ଚ୍ଚ କରୁଛନ୍ତି ବୋଲି ଦାବି କରୁଛନ୍ତି ତଥାପି କେନ୍ଦ୍ରରୁ ଏନଆରଏଚଏମ୍ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ମିଳୁଥିବା ଅର୍ଥକୁ ମିଶାଇଲେ ତାହା ପ୍ରାୟ ୭୦୦କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି । ପ୍ରତିବର୍ଷ ଏତେ ପରିମାଣର ଅର୍ଥ ଖର୍ଚ୍ଚ ହେଉଥିବାରୁ ରାଜକୋଷ ଉପରେ ପଡ଼ୁଥିବା ଚାପକୁ ହ୍ରାସ କରିବା ନିମନ୍ତେ ରାଜ୍ୟ ସରକାର ଏବେ ‘ଆୟୁଷ୍ମାନ’ ଯୋଜନାରେ ସାମିଲ ହେବାକୁ ସକରାତ୍ମକ ଆଭିମୁଖ୍ୟ ପୋଷଣ କରିଛନ୍ତି। କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ’ ଯୋଜନାରେ ସାମିଲ ହେଲେ ରାଜ୍ୟ ସରକାରଙ୍କୁ ନିଜସ୍ୱ ଅଂଶ ବାବଦରେ ଅତିବେଶୀରେ ୬୦୦-୭୦୦କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ବୋଲି ସୂଚନା ମିଳିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କ କହିବା ଅନୁସାରେ ଏବେ ସମସ୍ତଙ୍କୁ ରାଜ୍ୟର ସରକାରୀ ମେଡିକାଲ(ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରୁ ମେଡିକାଲ କଲେଜ ଓ ହସ୍ପିଟାଲ ପର୍ଯ୍ୟନ୍ତ) ମାଗଣା ଚିକିତ୍ସା ଯୋଗାଇ ଦିଆଯାଉଥିବାରୁ ଏହି ଅର୍ଥକୁ କିଭଳି ‘ଆୟୁଷ୍ମାନ’ ଯୋଜନାରେ ସାମିଲ କରାଯିବ ତାକୁ ନେଇ ଦ୍ୱନ୍ଦ୍ୱ ରହିଛି। ଘରୋଇ ହସ୍ପିଟାଲରେ ଚିକିତ୍ସାକୁ ନେଇ ଉଭୟ ଆୟୁଷ୍ମ୍ାନ ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ କୌଣସି ସମସ୍ୟା ନାହିଁ ବୋଲି କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top