Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଇଚ୍ଛା ଡ୍ୟାମ୍ ନିର୍ମାଣ ପ୍ରକଳ୍ପ : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଝାଡ଼ଖଣ୍ଡ ସରକାରଙ୍କ ଦ୍ୱାରା ନିର୍ମାଣଧୀନ ଇଚ୍ଛା ଡ୍ୟାମ୍ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇଛନ୍ତି । ଏହାସହିତ ଚିଠି ଲେଖି ସୁବର୍ଣ୍ଣରେଖା ବହୁମୁଖୀ ଜଳସେଚନ ପ୍ରକଳ୍ପର ଚାନ୍ଦିଲ ଡ୍ୟାମରେ ବନ୍ୟା ନିୟନ୍ତ୍ରଣ, ଇଚ୍ଛା ଡ୍ୟାମ୍ ନିର୍ମାଣ କାର୍ଯ୍ୟ ପାଇଁ ଓଡ଼ିଶା ସରକାର ଅଧିଗ୍ରହଣ କରିଥିବା ୫୧୬୯ଏକର ଜମି ସମ୍ପର୍କରେ ଚିଠି ଲେଖି ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଇଚ୍ଛା ଡ୍ୟାମ୍ ଓ ସୁବର୍ଣ୍ଣରେଖା ବହୁମୁଖୀ ପ୍ରକଳ୍ପର ଚାନ୍ଦିଲ ଡ୍ୟାମରେ ବନ୍ୟା ନିୟନ୍ତ୍ରଣ ନେଇ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ତ୍ରିପାକ୍ଷିକ ଚୁକ୍ତି ଅନୁସାରେ ସହଯୋଗ କରିଥିବାରୁ ଧନ୍ୟବାଦ ଜଣାଇବା ସହ ଝାଡ଼ଖଣ୍ଡ ସରକାରଙ୍କୁ ଓଡ଼ିଶା ନିଜର ଅଂଶଧନ ବାବଦ ୧୦୨୭କୋଟି ଟଙ୍କା ଦେଇଥିବା ସୂଚନା ଅବଗତ କରିଛନ୍ତି । ନିର୍ମାଣାଧୀନ ଇଚ୍ଛା ଡ୍ୟାମ୍ କାର୍ଯ୍ୟ ଶୀଘ୍ର ସରିଲେ ଓଡ଼ିଶାରର ଜଳସେଚନ, ବନ୍ୟା ପରିଚାଳନା ଓ କୃଷି କ୍ଷେତ୍ର ଉପକୃତ ହେବ ବୋଲି ନବୀନ କହିଛନ୍ତି । ଶ୍ରୀ ପଟ୍ଟନାୟକ ମଧ୍ୟ ଟେଲିଫୋନ୍ ଯୋଗେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ସୋରେନଙ୍କ ସହ ଆଲୋଚନା କରି ଦୁଇ ରାଜ୍ୟର ବରିଷ୍ଠ ପଦାଧିକାରୀମାନଙ୍କ ମଧ୍ୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା ପାଇଁ ପ୍ରସ୍ତାବ ଦେଇଛନ୍ତି । ଇଚ୍ଛା ଡ୍ୟାମ ସମ୍ପୂର୍ଣ୍ଣ ହେବାପରେ ଓଡ଼ିଶାର ସୁବର୍ଣ୍ଣରେଖା ପ୍ରକଳ୍ପ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚିଠିରେ ଉଲ୍ଲେଖ କରିଛନ୍ତି । ଉଭୟ ରାଜ୍ୟକୁ ଲାଭ ଦେଉଥିବା ଡ୍ୟାମର କାର୍ଯ୍ୟ ଶୀଘ୍ର ସାରିବା ପାଇଁ ସେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ କାମନା କରିଥିବା ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top