Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଇସ୍ତଫା ଦେଲେ ଦୁଇ ଅବସରପ୍ରାପ୍ତ ଆଇଏଏସ୍‌

ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ଏବେ ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏହାପୂର୍ବରୁ ସିଏମ୍‌ଓରୁ ଇସ୍ତଫା ଦେଇଛନ୍ତି ୨ ଅବସରପ୍ରାପ୍ତ ଆଇଏଏସ୍‌। ସିଏମ୍‌ଓ ମୁଖ୍ୟ ଉପଦେଷ୍ଟ ପଦରୁ ସୁରେଶ ମହାପାତ୍ର ଏବଂ ସ୍ପେଶାଲ ଇନିସିଏଟିଭ୍‌ ଉପଦେଷ୍ଟା ପଦରୁ ଆର୍‌ ବାଲକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଦୁହେଁ ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ସୂଚନା ମିଳିଛି।

୧୭ ନଭେମ୍ବର ୨୦୨୩ରେ ସୁରେଶ ମହାପାତ୍ର ସିଏମଓର ମୁଖ୍ୟ ଉପଦେଷ୍ଟା ନିଯୁକ୍ତି ପାଇଥିଲେ। ନୂଆ ଦାୟିତ୍ୱ ମିଳିବା ପରେ ସେ ଓଇଆରସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ତାଙ୍କୁ ନୂଆ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର।

ଫେବ୍ରୁଆରି ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦବୀରୁ ଅବସର ନେବା ପରେ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଇଆରସି ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଥିଲା। ବ୍ୟକ୍ତିଗତ କାରଣ ଦର୍ଶାଇ ସୁରେଶ ମହାପାତ୍ର ଓଇଆରସିର ଅଧ୍ୟକ୍ଷ ପଦବୀ ଛାଡ଼ିବାର ମାତ୍ର କିଛି ଘଣ୍ଟା ମଧ୍ୟରେ ତାଙ୍କୁ ନୂଆ ଦାୟିତ୍ଵ ମିଳିଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top