Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଉଚ୍ଚ ଶିକ୍ଷାନୁଷ୍ଠାନରେ ଆଇସିସି ଗଠନ ନିର୍ଦ୍ଦେଶ

ବାଣୀବିହାରରେ ଛାତ୍ରୀଙ୍କୁ ନିର୍ଯାତନା ପରେ ଉଚ୍ଚଶିକ୍ଷା ବିଭାଗର ଚେତା ପଶିଛି। ସବୁ ଉଚ୍ଚଶିକ୍ଷା ଅନୁଷ୍ଠାନରେ ରହିବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC)। ସବୁ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜକୁ ଏ ନେଇ ନିର୍ଦ୍ଦେଶ ଦିଆଯାଇଛି। ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ ପାଇଁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ଆଇସିସି ଗଠନ ନେଇ ଆସନ୍ତା ୩୦ ସୁଦ୍ଧା ଜଣାଇବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏ ନେଇ ବିଶ୍ୱବିଦ୍ୟାଳୟ କୁଳସଚିବ ଓ କଲେଜ ଅଧ୍ୟକ୍ଷଙ୍କୁ ବିଭାଗ ପକ୍ଷରୁ ଚିଠି କରାଯାଇଛି।

ସୂଚନାଯୋଗ୍ୟ, ବହୁପୁରାତନ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଅଭିଯୋଗର ଦୀର୍ଘଦିନ ପରେ ଛାତ୍ରୀଙ୍କୁ ନ୍ୟାୟ ମିଳିଲା ନାହିଁ। ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସମ୍ପୃକ୍ତ ଅଧ୍ୟାପକଙ୍କୁ ନିଲମ୍ବନ କରାଗଲା। ହେଲେ ଏକାଧିକ ଶିକ୍ଷାନୁଷ୍ଠାନରେ ଆଇସିସି ନଥିବା ଓ ଳେତେକ ସ୍ଥାନରେ ସଠିକ୍‌ ଭାବେ କାର୍ଯ୍ୟ କରୁ ନଥିବା ଅଭିଯୋଗ ହୋଇଥିଲା। ତେଣୁ ଶିକ୍ଷାନୁଷ୍ଠାନରେ ଛାତ୍ରୀ ଓ ମହିଳା କର୍ମଚାରୀ ନିଜର ସୁରକ୍ଷା ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top