Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ ବଦଳିଲା

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜେଡି ରାଜ୍ୟ ପରିଷଦ ବୈଠକରେ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ନାଁରେ ନାମିତ କରିବା ନିମନ୍ତେ ପ୍ରସ୍ତାବ ପାରିତ ହେବାର ୪୮ଘଣ୍ଟା ନପୁରୁଣୁ ରାଜ୍ୟ ସରକାର ଏହାକୁ କାର୍ଯ୍ୟକାରୀ କରି ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛନ୍ତି ।
ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯ର ଧାରା ୩୧(୧)ରେ ମିଳିଥିବା କ୍ଷମତା ଆଧାରରେ ରାଜ୍ୟ ସରକାର ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁକୁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପୁନଃ ନାମିତ କରିଛନ୍ତି । ବିଜ୍ଞପ୍ତି ଜାରି ହେବାଦିନଠୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ । ୧୯୯୮ ମସିହା ଜୁଲାଇ ୧୩ତାରିଖରେ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ସ୍ଥାପନ ହୋଇଥିଲା ।
ସୂଚନାଯୋଗ୍ୟ, ବିଜେଡି ରାଜ୍ୟ ପରିଷଦ ବୈଠକରେ ମୟୂରଭଞ୍ଜ ଜିଲ୍ଲାର ବିଜେଡି ଶାଖା ପକ୍ଷରୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ ନିମନ୍ତେ ପ୍ରସ୍ତାବ ଦିଆଯାଇଥିଲା । ଯାହାକୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତଦିନ ଗ୍ରହଣ କରିଥିଲେ । ତେବେ ବିଜେଡି ରାଜ୍ୟ ପରିଷଦରେ ପ୍ରସ୍ତାବ ପାରିତ ହେବାର ୪୮ଘଣ୍ଟା ମଧ୍ୟରେ ସରକାରୀସ୍ତରରେ ନାମ ପରିବର୍ତ୍ତନ ହେବାକୁ ନେଇ ଏବେ ସାଧାରଣରେ ଚର୍ଚ୍ଚା ଜୋର ଧରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top