Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏଥର ୫ଘଣ୍ଟା ବସିବ ଅଧିବେଶନ, ରହିବ ପ୍ରଶ୍ନକାଳ ଓ ଶୂନ୍ୟକାଳ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଥିବାବେଳେ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । କୋଭିଡ୍ କଟକଣା ଥିଲେ ମଧ୍ୟ ଏଥର ଗୃହରେ ପ୍ରଶ୍ନକାଳ, ଶୂନ୍ୟକାଳ ଓ ମୁଲତବୀ ଆଲୋଚନା ପାଇଁ ସମୟ ଧାର୍ଯ୍ୟ ହୋଇଛି । ଏଥର ବିଧାନସଭାର ଅଧିବେଶନ ନିୟମିତ ଦିନରେ ୫ଘଣ୍ଟା ଓ ବିଶେଷଦିନ ଗୁଡ଼ିକରେ ୬ଘଣ୍ଟା ଚାଲିବା ପାଇଁ ନିଷ୍ପତ୍ତି ହୋଇଛି ।
ଆଜି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭାର ଅଧିବେଶନ ଚଳିତଥର ୫ଘଣ୍ଟା ଚାଲିବା ପାଇଁ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି । ଅଧିବେଶନରେ ଚଳିତଥର ପ୍ରଶ୍ନକାଳ ଓ ଶୂନ୍ୟ କାଳ ଏକ ଘଣ୍ଟା ଲେଖାଏଁ ଚାଲିବ । ମୁଲତବୀ ଆଲୋଚନା ଦେଢ଼ଘଣ୍ଟା ହେବ । ଯେଉଁଦିନ କିଛି ସ୍ୱତନ୍ତ୍ର ଦିନ ଥିବ ସେଦିନ ଗୃହର କାର୍ଯ୍ୟ ଏକ ଘଣ୍ଟା ଅଧିକ ଚାଲିବ । ଅନ୍ୟ ସମସ୍ତ ଦିନ ଗୃହ କାର୍ଯ୍ୟ ପ୍ରଥମାର୍ଦ୍ଧରେ ସାଢ଼େ ୧୦ଟାରୁ ସାଢ଼େ ୧ଟା ପର୍ଯ୍ୟନ୍ତ ଓ ଦ୍ୱିତୀୟାର୍ଦ୍ଧରେ ୪ଟା ୬ଟାରୁ ପର୍ଯ୍ୟନ୍ତ ଚାଲିବ । ପୂର୍ବରୁ ଦ୍ୱିତୀୟାର୍ଦ୍ଧରେ ଗୃହ ୩ରୁ ୫ଟା ପର୍ଯ୍ୟନ୍ତ ଚାଲୁଥିଲା । ଚଳିତଥର ବିଧାନସଭା ଅଧିବେଶନର ସମସ୍ତ ତଥ୍ୟ ‘ନେଭା’ ଆପ୍ ମାଧ୍ୟମରେ ଉପଲବ୍ଧ ହେବ ବୋଲି ଶ୍ରୀ ପାତ୍ର କହିଛନ୍ତି ।
ସୂଚନାଯୋଗ୍ୟ, ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ପ୍ରଥମଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନିଜର ଅଭିଭାଷଣ ରଖିବେ । ଫେବୃୟାରୀ ୨୨ତାରିଖରେ ୨୦୨୧-୨୨ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍ ଉପସ୍ଥାପନ ହେବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏପ୍ରିଲ ୯ତାରିଖ ପର୍ଯ୍ୟନ୍ତ ଚାଲିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top