Latest

ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ମମତା ବାନାର୍ଜୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

Posted on

ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଇଛି । ଏ ଦିଗରେ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଫୋନ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଲେ ଯେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥିପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

Leave a Reply

Your email address will not be published. Required fields are marked *

Most Popular

Exit mobile version