Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଓଡ଼ିଶାରେ ବାତ୍ୟାର ପ୍ରଭାବ ନାହିଁ: ଏସଆରସି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ନିଭାର’ ଗତକାଲି ରାତିରୁ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ଏବେ ଉପକୂଳ ଆଡ଼େ ମାଡ଼ି ଆସୁଥିଲେ ମଧ୍ୟ ତା’ର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ସ୍ପଷ୍ଟ କରିଛନ୍ତି । ତଥାପି ଜିଲ୍ଲାପାଳମାନଙ୍କୁ ତୀକ୍ଷ୍ଣ ନଜର ରଖି ସ୍ଥିତିର ଅନୁଧ୍ୟାନ କରିବା ସହ ଯେକୌଣସି ପ୍ରକାରର ଅଘଟଣର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି ।
ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶାର ଜିଲ୍ଲାଗୁଡ଼ିକ ଉପରେ ପଡ଼ିବ ନାହିଁ କିମ୍ବା ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ନାହିିଁ । ତେବେ ୨୫ ଓ ୨୬ତାରିଖ ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ଅଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ । ସେହିପରି ଓଡ଼ିଶା ଉପକୂଳରେ ମାଛ ଧରୁଥିବା ମତ୍ସ୍ୟଜୀବୀଙ୍କ ପାଇଁ ମଧ୍ୟ କୌଣସି ସତର୍କ ସୂଚନା ନାହିଁ । ମାତ୍ର ସେମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ଏସଆରସିଙ୍କ କହିବା ଅନୁସାରେ, ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ଏହି ବାତ୍ୟା ପୁଡୁଚେରୀର ପୂର୍ବଦକ୍ଷିଣରେ ୨୫୦କିମି ଓ ଚେନ୍ନାଇର ଦକ୍ଷିଣ-ପୂର୍ବରେ ୩୦୦କିମି ଦୂରରେ ରହିଥିଲା । ଏହା ଗତ ୬ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୧କିମି ବେଗରେ ଉପକୂଳ ଅଭିମୁଖେ ଆସୁଥିବାବେଳେ ଆସନ୍ତା ୬ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅତ୍ୟନ୍ତ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ଆଶଙ୍କା ରହିଛି । ଏହା ୨୫ତାରିଖ ମଧ୍ୟରାତ୍ରି କିମ୍ବା ୨୬ତାରିଖ ଭୋର ସମୟରେ ତାମିଲନାଡୁ ଓ ପୁଡୁଚେରୀର ଉପକୂଳର କାରାଇକଲ ଓ ମାମଲାପୁରମ ମଧ୍ୟରେ ସ୍ଥଳଭାଗ ଛୁଇଁବ । ସେହିସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦-୧୩୦ ରହିବ ବୋଲି ଏସଆରସି ସୂଚନା ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top