Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କଙ୍ଗନା, ଆଦନାନ୍‌ ଗ୍ରହଣ କଲେ ପଦ୍ମଶ୍ରୀ ପୁରସ୍କାର

ନୂଆଦିଲ୍ଲୀ:ଦେଶର ସବୁଠାରୁ ବଡ ସମ୍ମାନ ଭାରତ ରତ୍ନ ପରେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀ ପୁରସ୍କାର ୨୦୨୦ ଦିଲ୍ଲୀର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଛନ୍ତି। ୭ ଜଣଙ୍କୁ ପଦ୍ମ ବିଭୂଷଣ ଓ ୧୦ ଜଣଙ୍କୁ ପଦ୍ମ ଭୂଷଣ ଓ ୧୦୨ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ସମ୍ମାନ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା ପ୍ରମୁଖ ଉପସ୍ଥିତ ଥିଲେ। ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ, ଗାୟକ ଦିବଂଗତ ଏସ୍‌ପି ବାଲାସୁବ୍ରମଣ୍ୟମ୍‌, ଓଡ଼ିଶାର ବାଲୁକାଶିଳ୍ପୀ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ, ପ୍ରତ୍ନତତ୍ତ୍ୱବିତ୍‌ ବି.ବି ଲାଲଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରାଯାଇଛି।
ଏହି ଅବସରରେ ପୂର୍ବ ବିଦେଶ ମନ୍ତ୍ରୀ ସ୍ୱର୍ଗତା ସୁଷମା ସ୍ୱରାଜଙ୍କୁ ମୃତ୍ୟୁ ପରେ ପଦ୍ମ ବିଭୂଷଣ ପୁରସ୍କାର ସମ୍ମାନରେ ସମ୍ମାନ କରାଯାଇଛି। ସୁଷମାଙ୍କ ଝିଅ ବଂସୁରୀ ସ୍ୱରାଜ ଏହି ପୁରସ୍କାର ଗ୍ରହଣ କରିଛନ୍ତି।
ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ପଦ୍ମଶ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା। କଙ୍ଗନା ରାଷ୍ଟ୍ରପତିଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ। ଗାୟକ ଅଦନନ୍ ସାମିଙ୍କୁ ମଧ୍ୟ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଅବଦାନ ପାଇଁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରାଯାଇଛି। ଏହାସହିତ ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କୁ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଛି। ପୂର୍ବତନ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବ ସଚିବ ଶ୍ରୀପେନ୍ଦ୍ର ମିଶ୍ର, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଦିବଂଗତ ନେତା ରାମ ଭିଲାସ ପାସୱାନ,ଏବଂ ଧାର୍ମିକ ନେତା କେବୁଲ ସାଦିକଙ୍କ ସମେତ ୧୦ ଜଣଙ୍କୁ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଛି । ପୂର୍ବତନ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବ ସଚିବ ଶ୍ରୀପେନ୍ଦ୍ର ମିଶ୍ର, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଦିବଂଗତ ନେତା ରାମ ଭିଲାସ ପାସୱାନ,ଏବଂ ଧାର୍ମିକ ନେତା କେବୁଲ ସାଦିକଙ୍କ ସମେତ ୧୦ ଜଣଙ୍କୁ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top