Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

କଟକରେ ରୋଡ୍‌ ଶୋ କଲେ ଅମିତ ଶାହ ଓ ନବୀନ ପଟ୍ଟନାୟକ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆଜି କଟକବାସୀ ଦେଖିଛନ୍ତି ହାଇଭୋଲ୍‌ଟେଜ୍‌ ରୋଡ୍‌ ଶୋ’। ପ୍ରଥମେ ବିଜେଡି ମୁଖିଆ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଥିବା ବେଳେ ସନ୍ଧ୍ୟାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଦମ୍‌ ଦେଖାଇଛନ୍ତି। ଏଥିପାଇଁ କଟକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ଅମିତ ଶାହଙ୍କ ରୋଡ୍‌ ଶୋ’ ସନ୍ଧ୍ୟା ସାଢ଼େ ୬ଟାରେ ଆରମ୍ଭ ହେବାର ଥିଲା। ମାତ୍ର ନରସିଂହପୁରରୁ ସଭା ସାରି କଟକ ଫେରିବାରେ ବିଳମ୍ୱ ହୋଇଥିଲା। ତେଣୁ ପ୍ରାୟ ଦୁଇ ଘଣ୍ଟା ବିଳମ୍ୱରେ ରାତି ସାଢ଼େ ୮ଟା ଦରଘା ବାଜାରରୁ ଅମିତ ଶାହଙ୍କ ରୋଡ୍‌ ଶୋ’ ଆରମ୍ଭ ହୋଇଥିଲା। ରାତିରେ ହଜାର ହଜାର ଲୋକ ରାସ୍ତାରେ ଦୁଇ ପାର୍ଶ୍ୱରେ ଅମିତ ଶାହଙ୍କ ଅଭିବାଦନ ଗ୍ରହଣ କରିଥିଲେ। ଏହି ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦଳର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, କଟକ ବିଜେପି ସାଂସଦ ପ୍ରାର୍ଥୀ ପ୍ରକାଶ ମିଶ୍ର, ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ବିଧାୟକ ପ୍ରାର୍ଥୀ ସମୀର ଦେ’ଙ୍କ ସମେତ ବିଜେପିର ବରିଷ୍ଠ ନେତା ସାମିଲ୍‌ ହୋଇଥିଲେ।

ଅମିତ ଶାହାଙ୍କ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକରେ ରୋଡ୍‌ ଶୋ’ କରିଥିଲେ। ସେ ତାଙ୍କ ହାଇଟେକ୍‌ ବସ୍‌ରେ ସିଡିଏରୁ ରୋଡ୍‌ ଶୋ ଆରମ୍ଭ କରି କଟକ ବିଜେଡି ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ଲୋକଙ୍କୁ ଅନୁରୋଧ କରିଥିଲେ। ପରେ ସେ ଚଣ୍ଡୀ ମନ୍ଦିରକୁ ଯାଇ ମା କଟକ ଚଣ୍ଡୀଙ୍କ ଆଶୀର୍ବାଦ ନେଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top