Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

କରୋନା ଟୀକା : ରାଜ୍ୟରେ ଗର୍ଭବତୀ ଓ ବରିଷ୍ଠ ବ୍ୟକ୍ତିଙ୍କୁ ମିଳିବ ପ୍ରାଥମିକତା

ଭୁବନେଶ୍ୱର(ଓଡ଼ିଶା ୱେୟାର): କରୋନା ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷାନିରୀକ୍ଷା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଂଚିଥିବାବେଳେ ରାଜ୍ୟରେ ଗର୍ଭବତୀ ମହିଳା ଓ ୬୦ବର୍ଷ ବୟସରୁ ଅଧିକ ବରିଷ୍ଠ ନାଗରିକମାନଙ୍କୁ କରୋନା ଟୀକା ପ୍ରଦାନରେ ପ୍ରାଥମିକତା ଦିଆଯିବ । ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଗର୍ଭବତୀ ଓ ବରିଷ୍ଠ ନାଗରିକଙ୍କୁ ମଧ୍ୟ ଏକସଙ୍ଗେ କରୋନା ଟୀକା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି କରୋନା ସ୍ଥିତିର ସମୀକ୍ଷାବେଳେ ଗୁରୁତର ରୋଗରେ ପୀଡ଼ିତଥିବା ରୋଗୀମାନଙ୍କର ଡାଟାବେସ୍ ପ୍ରସ୍ତୁତ କରିବାରେ ଏହା ସହାୟକ ହେବ ବୋଲି କହିବା ସହ ସମାଜର ବିପଦସଙ୍କୁଳ ବର୍ଗର ବ୍ୟକ୍ତିମାନଙ୍କୁ ଟୀକା ପ୍ରଦାନବେଳେ ପେଷାଦାର,ବିଜ୍ଞାନଭିତ୍ତିକ ସମ୍ପୂର୍ଣ୍ଣ ଫଳପ୍ରଦ ଯୋଜନା ପ୍ରସ୍ତୁତ କରିବା ନିମନ୍ତେ ଗୁରୁତ୍ୱ ଦେଇଛନ୍ତି । ଟୀକା ନେବାପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠୁ ଅଧିକ ଫଳପ୍ରଦ ପ୍ରତିରୋଧକ । ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତ୍ୱ ଓ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ନିମନ୍ତେ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଆମେରିକା ଓ ପଶ୍ଚିମ ୟୁରୋପୀୟ ରାଷ୍ଟ୍ର ଏବଂ ନୂଆଦିଲ୍ଲୀରେ ଯେଭଳି କୋଭିଡର ଦ୍ୱିତୀୟ ପ୍ରବାହ ଆରମ୍ଭ ହୋଇଛି ତାକୁ ଦୃଷ୍ଟିରେ ରଖି ଅଧିକ ସତର୍କ ହେବା ଜରୁରୀ ବୋଲି କହିଛନ୍ତି । ଗୋଟିଏ ମାସ ଭିତରେ ଆମେରିକା ସଂକ୍ରମଣ ୩ଗୁଣ ବଢ଼ିବା ରୋଗର ଗୁରୁତର ଦିଗ ପ୍ରତି ସୂଚୀତ କରୁଛି । ତେଣୁ ଶୀତ ଋତୁ ପାଇଁ ସତର୍କ ରହିବା ସହିତ କୋଭିଡ୍ ହସ୍ପିଟାଲର ଆଇସିୟୁଗୁଡ଼ିକୁ ମଧ୍ୟ କାର୍ଯ୍ୟକ୍ଷମ ରଖିବାନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ।
ଆଗୁଆ ଯୋଜନା, ଭିତ୍ତିଭୂମି ସୃଷ୍ଟି, ଦକ୍ଷତା ଓ ବିଭିନ୍ନସ୍ତରରେ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଫଳପ୍ରଦ ତଦାରଖ ଜରିଆରେ ଯେପରି କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରାଯାଇପାରିଛି, ଟୀକାକରଣ ପାଇଁ ମଧ୍ୟ ଏବେଠୁ ସେହି ଅନୁଭବକୁ ଉପଯୋଗ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସାଧାରଣ ଲୋକଙ୍କ ଜୀବନଜୀବିକା ଯେପରି ବ୍ୟାହତ ନହୁଏ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ଓ ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ସଚିବଙ୍କୁ ଆଜିର ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି ।
Click to comment

Leave a Reply

Your email address will not be published. Required fields are marked *

Most Popular

To Top