ଭୁବନେଶ୍ୱର- ଓଡ଼ିଶା ୱେୟାର: ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା। ସଚେତନତା ଏବଂ ଗାଇଡଲାଇନ ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏ ସମ୍ପର୍କରେ ସମସ୍ତ ଜିଲ୍ଲାପାଳ, ଏସ୍ପି ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସର୍ଭେଲାନ୍ସ ଏବଂ ଟେଷ୍ଟିଂ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ପରିସ୍ଥିତି ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ। ଆଲୋଚନା କାଳରେ ଅନେକ ପ୍ରସ୍ତାବ ଦେଲା ସ୍ୱାସ୍ଥ୍ୟ ବିଭାଗ। ଜଞଚଉଜ ଟେଷ୍ଟ ଅଧିକ ବଢ଼ାଇବାକୁ ପରାମର୍ଶ ଦିଆଯାଇଛି। ଟେଷ୍ଟ, ଟ୍ରାକ୍ ଏବଂ ଟ୍ରିଟ୍କୁ ଗୁରୁତ୍ୱ ଦେବାକୁ ବୈଠକରେ ପରାମର୍ଶ ଦିଆଯାଇଛି। ଆବଶ୍ୟକ ପଡ଼ିଲେ ମିନି କଣ୍ଟେନମେଣ୍ଟ ଜୋନ୍ ପାଇଁ ପ୍ରସ୍ତାବ ଦିଆଯାଇଛି।


