Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କାଲି ନିର୍ବାଚନ , ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ମତଦାନ କରିବେ ଭୋଟର

ଆସନ୍ତାକାଲି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ମତଦାନ ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା ଆସନରେ ହେବ ମତଦାନ। ଏହି ପର୍ଯ୍ୟାୟରେ ୬୬ ଲୋକସଭା ଏବଂ ୩୯୪ ବିଧାନସଭା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ଭୋଟର। ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ,୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଛି । ୧୪ଶହ ବୁଥ୍ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ଏଥିପାଇଁ ନିୟୋଜିତ ହେବେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ।ଏହା’ସହ ଭୋଟିଂବେଳେ ମୁତୟନ ରହିବେ ୧୨୫ କମ୍ପାନୀ CAP। ସବୁଥର ଭଳି ଏଥର ବି PWD ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଛି।

ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇ CEO କହିଛନ୍ତି, ପୋଲିଂ ବୁଥକୁ ପ୍ରିଜାଇଡିଂ ଅଫିସରଙ୍କ ବ୍ୟତୀତ କୌଣସି ବ୍ୟକ୍ତି ମୋବାଇଲ ନେଇପାରିବେ ନାହିଁ। ୨୦୧୯ରେ ଏହି ୬ଟି ସଂସଦୀୟ କ୍ଷେତ୍ରରେ ୭୪ ପ୍ରତିଶତ ମତଦାନ ହାର ଥିବା ନେଇ ବି CEO ସୂଚନା ଦେଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top