Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୁମ୍ଭ ମେଳାରୁ ଓଡ଼ିଶାକୁ ଫେରିଲେ ରହିବେ ୧୪ ଦିନ କ୍ୱାରେଣ୍ଟାଇନରେ

ଭୁବନେଶ୍ୱର, (ଓଡ଼ିଶା ୱେୟାର): ଉତ୍ତରାଖଣ୍ଡର କୁମ୍ଭ ମେଳାକୁ ଯାଇଥିବା ବ୍ୟକ୍ତିମାନେ ନିଶ୍ଚିତ ଭାବେ ୧୪ଦିନିଆ କ୍ୱାରେଣ୍ଟାଇନରେ ରହିବେ। ସେମାନେ ନିଜ ଘର ହେଉ ଅବା କ୍ଲଷ୍ଟର କ୍ୱାରେଣ୍ଟାଇନ ସେଣ୍ଟରରେ ରହିବେ। ଏନେଇ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସପାଲଟି କମିଶନରଙ୍କୁ ଆଜି ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି।
କୁମ୍ଭମେଳାରେ ସାମିଲ ପାଇଁ ଉତ୍ତରାଖଣ୍ଡ ସରକାରରେ ପଞ୍ଜିକୃତ ହୋଇଥିବା ସମସ୍ତ ବ୍ୟକ୍ତିମାନଙ୍କ ତାଲିକାକୁ ଆଜି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ୍ତ କୁମାର ଜେନା ସବୁ ଜିଲ୍ଲାପାଳ ଓ ମ୍ୟୁନିସପାଲଟି କମିଶନରଙ୍କୁ ପ୍ରଦାନ କରିଛନ୍ତି। କୁମ୍ଭମେଳାରେ ସାମିଲ ହୋଇଥିବା ସମସ୍ତ ପଞ୍ଜିକୃତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ସେମାନଙ୍କର ଗସ୍ତ ବିବରଣୀ ହାସଲ କରିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ସେହି ବ୍ୟକ୍ତିମାନେ ଟ୍ରେନ ଓ ବିମାନରେ ଓଡ଼ିଶା ଆସିବା ପୂର୍ବରୁ ଆରଟିପିସିଆର ପରୀକ୍ଷା ରିପୋର୍ଟ ଧରି ଯେଭଳି ଆସିବେ ତାହା ସେମାନଙ୍କୁ ଅବଗତ କରାଇବାକୁ କୁହାଯାଇଛି ।

ସେହି ସମସ୍ତ ବ୍ୟକ୍ତିଙ୍କୁ ନିଶ୍ଚିତ ଭାବେ ଯୋଗାଯୋଗ କରି ସେମାନଙ୍କର ସ୍ୱାସ୍ଥ୍ୟବସ୍ଥା ତଦାରଖ କରିବାକୁ କୁହାଯାଇଛି। ସେମାନେ ଓଡ଼ିଶା ଆସିବା ପରେ ସେମାନଙ୍କୁ ୧୪ଦିନିଆ ହୋମ୍ କ୍ୱାରେଣ୍ଟାଇନ ହେଉ ଅବା କ୍ଲଷ୍ଟରରେ ଥିବା ଅସ୍ଥାୟୀ କ୍ୱାରେଣ୍ଟାଇନ ସେଣ୍ଟରରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେମାନେ ଆରଟିପିସିଆର ଟେଷ୍ଟ ହୋଇଥିବା ବାଧ୍ୟତାମୂଳକ। ଯଦି କୌଣସି ବ୍ୟକ୍ତିଙ୍କଠାରେ କୋଭିଡ୍ ଲକ୍ଷଣ ଦେଖାଯାଏ, ତାଙ୍କ ସହ ତୁରନ୍ତ ଯୋଗାଯୋଗ କରାଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top