Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କେନ୍ଦୁଝରେ JSW ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ

କେନ୍ଦୁଝରରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଷ୍ଟିଲପ୍ଲାଣ୍ଟ୍ । କେନ୍ଦୁଝରରେ ଜେଏସଡବ୍ଲ୍ୟୁ ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ ବୋଲି ଆଜି କେନ୍ଦୁଝର ଗସ୍ତ ଅବସରରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଓଡ଼ିଶାର ବିକାଶ କେନ୍ଦୁଝରରୁ ଆରମ୍ଭ ହେବାକୁ ଯାଉଛି ।

ଷ୍ଟିଲ ପ୍ଲାଣ୍ଟ ହେବା ଦ୍ଵାରା ସ୍ଥାନୀୟ ଲୋକଙ୍କ ସମେତ ରାଜ୍ୟର ଯୁବବର୍ଗଙ୍କ ପାଇଁ ବହୁ ସଂଖ୍ୟାରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।ସେ ଆଉ ମଧ୍ୟ କହିଛନ୍ତି ଆଗାମୀ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀ ଓ ମୁମ୍ବାଇରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିବେଶକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ସେହି ସମୟରେ ଉଭୟ ଜେଏସଡବ୍ଲ୍ୟୁ ଓ ପୋସ୍କୋ ସହିତ ଓଡ଼ିଶାରେ ନିବେଶ ନେଇ ଆଲୋଚନା ହୋଇଥିଲା। ଏବେ ଉଭୟ କମ୍ପାନି ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷର ହୋଇଛି। ସେମାନେ କେନ୍ଦୁଝରରେ ଷ୍ଟିଲ କାରାଖାନା କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି । ନିଶ୍ଚିତ ଭାବେ ଷ୍ଟିଲ ପ୍ଲାଣ୍ଟ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top