Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କେନ୍ଦୁପତ୍ର ତୋଳାଳୀଙ୍କୁ ୫୯.୭୮କୋଟିର ବୋନସ୍‌

ଭୁବନେଶ୍ୱର(ଓଡ଼ିଶା ୱେୟାର): କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ୫୯.୭୮କୋଟି ଟଙ୍କାର ବୋନସ୍ ସମେତ ମୋଟ ୯୨.୩୭କୋଟି ଟଙ୍କାର ସହାୟତା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମ ହେଲେ ସେମାନଙ୍କୁ ଏକ ଲକ୍ଷ ଟଙ୍କା ପରିବର୍ତ୍ତେ ଏଣିକି ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୈଠକରେ ସାମିଲ ହୋଇଥିଲେ । ବୋର୍ଡ ବୈଠକରେ କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତବର୍ଷ ବୋନସ, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୂମି ବିକାଶ ଉଦ୍ଦେଶ୍ୟରେ ୯୨.୩୭କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛନ୍ତି । କୋଭିଡ୍ ମହାମାରୀ ସମୟରେ ୬୦ଲକ୍ଷରୁ ଅଧିକ କର୍ମ ଦିବସ ଜଙ୍ଗଲ ବିଭାଗ ସୃଷ୍ଟି କରିପାରିଥିଲା । ଏହାଦ୍ୱାରା ୭ଲକ୍ଷ ୫୪ହଜାର ୬୩୧ଜଣ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ଜଣ ବନ୍ଧେଇ ଶ୍ରମିକ ଓ ୧୬୫୩୩ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି । ୨୦୨୦ ମସିହାରେ ଏବାବଦରେ ୨୫୦କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଆକଉଣ୍ଟରେ ପୈଠ ହୋଇଛି ।
ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପିସିସିଏଫ ପ୍ରଭାକର ବେହେରା, ଜଙ୍ଗଲ ଓ ପରିବେଶ ସଚିବ ମୋନା ଶର୍ମାଙ୍କ ସମେତ ମୁଖ୍ୟ ସଚିବ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top