ପରଲୋକରେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ା । ୬୫ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଅ କଳିଙ୍ଗ କେଶରୀ ପରିଡ଼ା ।ସେ ଓଡ଼ିଶା ରାଜନୀତିରେ ଓଡ଼ିଶା ଗଣ ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ୨୦୦୪ ମସିହାରେ ବିଧାନସଭା ନିର୍ବାଚନରେ କେନ୍ଦ୍ରାପଡ଼ାରୁ ନିର୍ବାଚିତ ହୋଇଥିଲେ। କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ପରିଡ଼ା ପୂର୍ବରୁ ୨୦୧୪ ସାଧାରଣ ନିର୍ବାଚନ ସମୟରେ ଏନସିପି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ । ଏହାପରେ ୨୦୧୯ ଏପ୍ରିଲre ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ।


