Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୋଭିଡ୍ ନିୟମ ମାନି ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ ହେବ ପ୍ରତିଷ୍ଠା ଦିବସ

କୋଭିଡ୍ ନିୟମ ମାନି ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ ହେବ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତା ୨୬ତାରିଖରେ ବିଜେଡି ତା’ର ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ । ଏହି ପ୍ରତିଷ୍ଠା ଦିବସକୁ କୋଭିଡ୍ କଟକଣା ମଧ୍ୟରେ ନିର୍ବାଚନମଣ୍ଡଳୀସ୍ତରରେ ପାଳନ କରିବା ନିମନ୍ତେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖି ନିଜର ଦଳୀୟ ନେତା ଓ ସାଂଗଠନିକ ପଦାଧିକାରୀମାନଙ୍କୁ ଅବଗତ କରିଛନ୍ତି । ଏହାସହିତ ବର୍ଷ ସାରା ବିଭିନ୍ନ ସାଂଗଠନିକ କାର୍ଯ୍ୟକ୍ରମ, ସମାଜ କଲ୍ୟାଣ କାର୍ଯ୍ୟକ୍ରମ ଓ ଲୋକସେବା ମାଧ୍ୟମରେ ରାଜ୍ୟବାସୀଙ୍କ ନିକଟତର ହେବା ପାଇଁ ଦଳୀୟ କାର୍ଯ୍ୟକ୍ରମର ଖସଡ଼ା ପ୍ରତିଷ୍ଠା ଦିବସରୁ ଆରମ୍ଭ ନିମନ୍ତେ ପରାମର୍ଶ ଦେଇଛନ୍ତି ।
ଶ୍ରୀ ପଟ୍ଟନାୟକ ଆଜି ଦଳର ସମସ୍ତ ରାଜ୍ୟ କର୍ମକର୍ତ୍ତା, ବିଧାୟକ, ସାଂସଦ, ଜିଲ୍ଲା ପର୍ଯ୍ୟବେକ୍ଷକ, ଜିଲ୍ଲା ସଭାପତି, ବିଭିନ୍ନ ପ୍ରମୁଖ ସଂଗଠନର ରାଜ୍ୟ ସଭାପତି, ବ୍ଲକ ଓ ନଗର ସଭାପତିମାନଙ୍କୁ ଚିଠି ବିଜେଡି ଆସନ୍ତା ୨୬ତାରିଖରେ ତା’ର ୨୪ତମ ପ୍ରତିଷ୍ଠା ଦିବସ ପାଳନ କରୁଥିବା ନେଇ ସୂଚନା ଦେବା ସହ ରାଜ୍ୟବାସୀଙ୍କ ସେବାରେ ୨୩ବର୍ଷ ଧରି ନିଜକୁ ଉତ୍ସର୍ଗ କରିବା ଏକ ଆଂଚଳିକ ରାଜନୀତିକ ଦଳ ପାଇଁ କିଛି କମ୍ ଗୌରବର କଥା ନୁହେଁ ବୋଲି କହିଛନ୍ତି । କୋଭିଡ୍ ପରିସ୍ଥିତିରେ ସହଯୋଗର ହାତ ବଢ଼ାଇଥିବା ନେଇ ନବୀନ ଦଳୀୟ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେବା ସହ ଓଡ଼ିଶାର କୋଭିଡ୍ ପରିଚାଳନାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଧ୍ୟ ପ୍ରଶଂସା କରିଛି ବୋଲି କହିଛନ୍ତି ।
ରାଜ୍ୟବାସୀଙ୍କ ଅକୁଣ୍ଠ ସମର୍ଥନରେ ବିଜୁବାବୁଙ୍କ ନୀତି ଓ ଆଦର୍ଶରେ ଗଠିତ ଏହି ଆଂଚଳିକ ଦଳ ଓଡ଼ିଶାବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ନିରନ୍ତର ଉଦ୍ୟମ ଜାରି ରଖିଛି । ତେଣୁ ଆସନ୍ତା ୨୬ତାରିଖରେ ଦଳର ୨୪ତମ ପ୍ରତିଷ୍ଠା ଦିବସକୁ ରାଜ୍ୟସ୍ତରରେ ଓ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ସମସ୍ତ ଦଳୀୟ କର୍ମକର୍ତ୍ତା, ପ୍ରମୁଖ ଦଳୀୟ ସଂଗଠନର ସଦସ୍ୟ ତଥା ଦଳୀୟ କର୍ମର୍ୀମାନଙ୍କୁ ସାଙ୍ଗରେ ନେଇ ନିୟମର କଡ଼ାକଡ଼ି ଅନୁପାଳନ ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କର ଉପରେ ରହିଥିବା ଆସ୍ଥାକୁ ବଜାୟ ରଖିବା, ଜନସେବାକୁ ଆମ ରାଜନୀତିକ ମୂଳମନ୍ତ୍ର ଭାବେ ଗ୍ରହଣ କରି କାମ କରିବାକୁ ନବୀନ ଆହ୍ୱା ଜଣାଇଛନ୍ତି । ଏହାସହିତ କୋଭିଡ୍ ନିୟମ ମାନି ସଂକ୍ରମଣରୁ ଦୂରେଇ ରହିବାକୁ ସେ ପୁଣିଥରେ ଦଳୀୟ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top