Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ କରିବା ସିବିଆଇ

କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ଶୁଣାଣି ସମୟରେ ସମସ୍ତ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ କୋର୍ଟ ଏହି ଘଟଣାର ତଦନ୍ତ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ତତ୍ତ୍ବାବଧାନରେ ସିବିଆଇ ଏହି ଘଟଣାର ତଦନ୍ତ କରିବ। ତଦନ୍ତ କରି ୩ ସପ୍ତାହ ମଧ୍ୟରେ ରିପୋର୍ଟ ଦେବା ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି। ଏବଂ ମାମଲା ସହିତ ଜଡ଼ିତ ସିସିଟିଭି ଫୁଟେଜ୍‌ ଏବଂ ସମସ୍ତ ବୟାନ ଆସନ୍ତାକାଲି ସକାଳ ୧୦ ସୁଦ୍ଧା ହସ୍ତାନ୍ତର କରିବାକୁ କୋର୍ଟ ଆଦେଶ ଦେଇଛନ୍ତି ।

ଏହି ଘଟଣାର ଶୁଣାଣି ସମୟରେ ହାଇକୋର୍ଟ ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲଙ୍କ ଉପରେ ବର୍ଷିଛନ୍ତି। ଘଟଣାରେ ହସ୍ପିଟାଲ କର୍ତ୍ତୃପକ୍ଷ ଟାଳୁଟୁଳ ନୀତି ଅବଲମ୍ବନ କରିଥିଲେ ବୋଲି କୋର୍ଟ ହୃଦୟଙ୍ଗମ କରିଛନ୍ତି। ଏଥିପାଇଁ କୋର୍ଟ ଘଟଣା ଘଟିଥିବା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ମୁଖ୍ୟ ଡାକ୍ତର ସନ୍ଦୀପ ଘୋଷଙ୍କୁ ଛୁଟିରେ ଚାଲିଯିବାକୁ କହିଛନ୍ତି।ଅନ୍ୟପଟେ ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ, ଅଭିଯୁକ୍ତ ଦୁଷ୍କର୍ମ କରିବା ପୂର୍ବରୁ ପୀଡ଼ିତାଙ୍କୁ ପ୍ରବଳ ପିଟିଥିଲେ । ତାଙ୍କ ମୁହଁକୁ ବହୁଥର ଆକ୍ରମଣ କରାଯାଇଥିବା ବେଳେ ତାଙ୍କ ଚଷମା ଭାଙ୍ଗି ଯାଇଥିଲା । ଏପରିକି ଚଷମାର କାଚର କିଛି ଅଂଶ ତାଙ୍କ ଆଖିରେ ପଶି ଯାଇଥିବା ଜଣାଯାଇଛି । ପ୍ରବଳ ମାଡ ଯୋଗୁ ପୀଡ଼ିତାଙ୍କ ବେକ ହାଡ଼ ଭାଙ୍ଗି ଯାଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି ।ହତ୍ୟା ପୂର୍ବରୁ ସମ୍ପୃକ୍ତ ଡାକ୍ତରୀ ଛାତ୍ରୀଙ୍କୁ ଅଭିଯୁକ୍ତ ଦୁଷ୍କର୍ମ କରିଥିଲା । ଏହାପରେ ତଣ୍ଟି ଚିପି ତାଙ୍କ ହତ୍ୟା କରାଯାଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି । ପୀଡ଼ିତାଙ୍କ ହତ୍ୟା ଶୁକ୍ରବାର ଭୋର ୩ଟାରୁ ୫ଟା ମଧ୍ୟରେ ହୋଇଥିବା ରିପୋର୍ଟରେ ରହିଛି ।

ସୂଚନାଯୋଗ୍ୟ, ଗତ ୯ ତାରିଖରେ ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହାକୁ ନେଇ ସାରା ଦେଶରେ ଡାକ୍ତରମାନେ ଆନ୍ଦୋଳନ କରୁଛନ୍ତି । ସବୁଠି ଆନ୍ଦୋଳନ ଜୋର୍ ଧରିବା ପରେ କୋଲକାତା ଆର.ଜି. କର ମେଡିକାଲ କଲେଜର ପ୍ରିନ୍ସିପାଲ୍ ଡାକ୍ତର ସନ୍ଦୀପ ଘୋଷ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପୁଲିସ ସଂଜୟ ରାୟ ନାମକ ଅଭିଯୁକ୍ତକୁ ଗିରଫ କରିଛି । ଏହି ହସ୍ପିଟାଲରେ ସଞ୍ଜୟ ଜଣେ ସିଭିକ୍ ଭଲ୍ୟୁଣ୍ଟର ଭାବେ କାମ କରୁଥିଲା। ଘଟଣା ଦିନ ସଂଜୟ ଅଶ୍ଳୀଳ ଫିଲ୍ମ ଦେଖିବା ପରେ ଏଭଳି ପିଶାଚିକ କାଣ୍ଡ ଘଟାଇଥିବା ପୁଲିସ ଜାଣିବାକୁ ପାଇ ତଦନ୍ତ ଆରମ୍ଭ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top