Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କ୍ୟାବିନେଟରେ ଚାଷୀ କାର୍ଡ: ଏମଏସପି ଦୁଇଗୁଣ ବୃଦ୍ଧି ପାଇଁ କେନ୍ଦ୍ରକୁ ଜଣାଇବ ରାଜ୍ୟ

ଭୁବନେଶ୍ୱର(ଓଡ଼ିଶା ୱେୟାର): କେନ୍ଦ୍ର ସରକାରଙ୍କ ଚାଷୀ ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ରାଜ୍ୟର କ୍ଷମତାସୀନ ବିଜେଡି ସରକାର ପୁଣିଥରେ ଚାଷୀ କାର୍ଡ ଖେଳିଛନ୍ତି । ସ୍ୱାମୀନାଥନ୍ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଓ ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି)କୁ ଦୁଇଗୁଣ କରିବା ନିମନ୍ତେ ନିଆଯାଇଥିବା ନିଷ୍ପତ୍ତି ସମ୍ବନ୍ଧରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ ବୋଲି ରାଜ୍ୟ କ୍ୟାବିନେଟ ଆଜି ସର୍ବସମ୍ମତି ନିଷ୍ପତ୍ତି ନେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ମୋଟ ୨୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । କ୍ୟାବିନେଟ ବୈଠକ ସମ୍ପର୍କରେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚାଷୀମାନେ ସେମାନଙ୍କର ଉତ୍ପାଦର ଉପଯୁକ୍ତ ମୂଲ୍ୟ ପାଇବାରୁ ଯେପରି ବଂଚିତ ନହୁଅନ୍ତି, ସେଥିପାଇଁ ୨୦୧୭ ଓ ୨୦୧୮ରେ ରାଜ୍ୟ ବିଧାନସଭାରେ ଏକ ସର୍ବସମ୍ମତି ସଂକଳ୍ପ ପାରିତ ହୋଇଛି । ଚାଷୀଙ୍କ ଆୟ ବୃଦ୍ଧି ଦିଗରେ ଏମଏସପି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରଇଥାଏ । ଅନ୍ୟାନ୍ୟ କ୍ଷେତ୍ରରେ ନିୟୋଜିତ ବ୍ୟକ୍ତିଙ୍କ ଆୟର ଅଭିବୃଦ୍ଧି ତଥା ଚାଷଜନିତ ଖର୍ଚ୍ଚର ବୃଦ୍ଧି ସହିତ ତାଳମିଳାଇ ଚାଷୀଙ୍କ ଆୟ ମଧ୍ୟ ବୃଦ୍ଧି ହେବା ଉଚିତ୍ । ଚାଷୀମାନଙ୍କୁ ସବୁପ୍ରକାରର ବିପଦରୁ ସୁରକ୍ଷା ଦେବା ନିମନ୍ତେ ସାମଗ୍ରିକ ଭାବେ କୃଷିଜାତ ଦ୍ରବ୍ୟଗୁଡ଼ିକର ଏମଏସପି ନିର୍ଦ୍ଧାରଣ ହେବା ଆବଶ୍ୟକ । ରାଜ୍ୟ ସରକାର ଚାଷୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି । କୃଷିକୁ ଅଧିକ ଲାଭଦାୟକ କରିବା ସହ ଚାଷୀଙ୍କ ଆୟକୁ ଦ୍ୱିଗୁଣ କରିବା ନିମନ୍ତେ ନୂଆ କୃଷି ନୀତି-୨୦୨୦ ‘ସମୃଦ୍ଧି’ କାର୍ଯ୍ୟକାରୀ ହେଉଛି ।
ଏମଏସ୍ ସ୍ୱାମୀନାଥନଙ୍କ ଅଧ୍ୟକ୍ଷତାରେ ଗଠିତ ଜାତୀୟ କୃଷକ କମିଶନଙ୍କ ସୁପାରିସ୍ ଅନୁସାରେ ସର୍ବନିମ୍ନ ସହାୟକ ମୂଲ୍ୟ, ଫସଲର ହାରାହାରି ଉତ୍ପାଦନ ଖର୍ଚ୍ଚ ଠାରୁ ଅତିକମରେ ଶତକଡ଼ା ୫୦ ପ୍ରତିଶତ ଅଧିକ ହେବା ଉଚିତ୍ । ତେଣୁ ସ୍ୱାମୀନାଥନ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଓ ଏମଏସପିକୁ ଦୁଇଗୁଣ ବୃଦ୍ଧି ପାଇଁ ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ପୁଣିଥରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବା ନିମନ୍ତେ ରାଜ୍ୟ କ୍ୟାବିନେଟ୍ ଆଜି ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନେଇଛନ୍ତି ।
ରାଜ୍ୟ କ୍ୟାବିନେଟର ଏହି ନିଷ୍ପତ୍ତ ପରେ ଆଗାମୀ ବିଧାନସଭାରେ ଶାସକ ବିଜେଡି ‘ଚାଷୀ କାର୍ଡ’ ଖେଳି ବିରୋଧୀ ବିଜେପିକୁ ବ୍ୟାକଫୁଟରେ ରଖିବାକୁ ଏବେଠୁ ରଣନୀତି ଆରମ୍ଭ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top