ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ଏବେ ରାଜ୍ୟବ୍ୟାପୀ ଲକଡାଉନ୍ ରହିଛି। ଏହି ସମୟରେ ଖାଉଟି ସାମଗ୍ରୀର କଳାବଜାରୀକୁ ନେଇ ବିଭିନ୍ନ ସ୍ଥାନରୁ ଅଭିଯୋଗ ଆସିବା ପରେ କଳାବଜାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାର କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି।
ଲକଡାଉନବେଳେ ଅତ୍ୟାବଶ୍ୟକ ସାମଗ୍ରୀର ବେଆଇନ ମହଜୁଦ ଓ କଳାବଜାରୀ ଉପରେ ରାଜ୍ୟ ସରକାର କଡ଼ା ନଜର ରଖିଛନ୍ତି ବୋଲି ଖାଉଟିକଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିବା ସହ ବେଆଇନ ମହଜୁଦ ଓ କଳାବଜାରୀ ଉପରେ କଡ଼ା କାର୍ୟ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ପର୍ୟ୍ୟାପ୍ତ ପରିମାଣରେ ମହଜୁଦ ଅଛି।


