Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଚତୁର୍ଥ ପର୍ଯ୍ୟାୟରେ ୧୩୦୧ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍

ଭୁବନେଶ୍ୱର (ଓଡ଼ିଶା ୱେୟାର): ରାଜ୍ୟରେ ୪ଟି ପର୍ଯ୍ୟାୟରେ ଆଜି ଶେଷ ହୋଇଥିବା ନିର୍ବାଚନରେ ମୋଟ ୧୩୦୧ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଛି। କେବଳ ପାଟକୁରା ବିଧାନସଭା ଆସନରେ ନିର୍ବାଚନ ହୋଇନଥିବାବେଳେ ବାକି ୧୪୬ଟି ବିଧାନସଭାରେ ୧୧୨୭ଜଣ ପ୍ରାର୍ଥୀ ଓ ୨୧ଟି ଲୋକସଭା ଆସନରେ ୧୭୪ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି। ରାଜ୍ୟର ମୋଟ ୩.୧୮ଲକ୍ଷ ଭୋଟରଙ୍କ ମଧ୍ୟରୁ ପ୍ରାୟ ହାରାହାରି ୭୮% ଏହି ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି। ମଇ ୨୩ତାରିଖରେ ଫଳ ପ୍ରକାଶ ପାଇବାପରେ ଏହି ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ କାହା ମୁଣ୍ଡରେ ଭୋଟରମାନେ ସୁନା କଳସୀ ଢ଼ାଳିଛନ୍ତି ତାହା ସ୍ପଷ୍ଟ ହୋଇଯିବ।
ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ରାଜ୍ୟର ୪ଟି ପର୍ଯ୍ୟାୟରେ ନିର୍ବାଚନରେ ୨୧ଟି ଲୋକସଭା ଆସନରେ ମୋଟ ୧୭୪ଜଣ ପ୍ରାର୍ଥୀ ଥିବାବେଳେ ଏଥିରେ ମହିଳା ପ୍ରାର୍ଥୀଙ୍କ ସଂଖ୍ୟା ୨୫। ସେହିପରି ୧୪୬ ବିଧାନସଭା ଆସନରେ ମୋଟ ୧୧୨୭ ପ୍ରାର୍ଥୀଙ୍କ ମଧ୍ୟରେ ମାତ୍ର ୧୧୨ଜଣ(୧୦%) ମହିଳା ପ୍ରାର୍ଥୀ ଅଛନ୍ତି। ଚଳିତ ନିର୍ବାଚନରେ ପ୍ରମୁଖ ରାଜନୀତିକ ଦଳଗୁଡ଼ିକ ମହିଳା ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ମହିଳା କାର୍ଡ ଖେଳିଥିଲେ ମଧ୍ୟ ୨୦୧୪ ସାଧାରଣ ନିର୍ବାଚନ ତୁଳନାରେ ମାତ୍ର ୨% ଅଧିକ ମହିଳା ପ୍ରାର୍ଥୀ ହୋଇପାରିଥିଲେ। ସେହିପରି ୨୦୦୯ ବିଧାନସଭା ନିର୍ବାଚନରେ ମୋଟ ୧୨୬୧ଜଣ ପ୍ରାର୍ଥୀ ମଇଦାନରେ ଥିବାବେଳେ ୨୦୧୪ରେ ଏହା ୧୪୨୦କୁ ବୃଦ୍ଧି ପାଇଥିଲା। କିନ୍ତୁ ୨୦୧୯ ବିଧାନସଭା ନିର୍ବାଚନରେ ଏହି ସଂଖ୍ୟା ୧୧୨୭କୁ ଖସି ଆସିଛି। ପାଟକୁରା ଆସନରେ ମୋଟ ୧୦ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।
ଶେଷ ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ୪୧ଟି ବିଧାନସଭା ଆସନରେ ହାରାହାରି ୬୪% ମତଦାନ ରେକର୍ଡ କରାଯାଇଛି। ଏହି ପର୍ଯ୍ୟାୟର ଚୂଡ଼ାନ୍ତ ମତଦାନ ହାର ଆସନ୍ତାକାଲି ସୁଦ୍ଧା ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top