Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଚଳିତବର୍ଷରୁ ଲ୍ୟାପଟପ୍ ବଦଳରେ ୩୦ହଜାର ଟଙ୍କା ଦେବେ ସରକାର

ଭୁବନେଶ୍ୱର(ଓଡ଼ିଶା ୱେୟାର): ଯୁକ୍ତ ଦୁଇ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହେଉଥିବା ୧୫ହଜାର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସରକାର ପ୍ରତିବର୍ଷ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ଲ୍ୟାପଟପ୍ ବଣ୍ଟନ କରିଥାନ୍ତି । ୨୦୧୩ ମସିହାରୁ ରାଜ୍ୟ ସରକାର ଏହି ଲ୍ୟାପଟପ୍ ବଣ୍ଟନ କରୁଥିବାବେଳେ ଚଳିତବର୍ଷଠୁ ଆଉ ଯୁକ୍ତ ଦୁଇ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଆଉ ଲ୍ୟାପଟପ୍ ନବାଣ୍ଟିବାକୁ ନିଷ୍ପତ୍ତି ନେଇଛନ୍ତି । ଲ୍ୟାପଟପ୍ ବଦଳରେ ଏହି ଛାତ୍ରଛାତ୍ରୀମାନଙ୍କୁ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର(ଡିବିଟି) ମାଧ୍ୟମରେ ୩୦ହଜାର ଟଙ୍କା ଦେବେ ବୋଲି ଜଣାପଡ଼ିଛି ।
ରାଜ୍ୟ ଉଚ୍ଚଶିକ୍ଷା ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ସରକାର ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ଯୁକ୍ତ ଦୁଇ ପରୀକ୍ଷାରେ ଭଲ ନମ୍ବର ରଖିଥିବା ୧୫ହଜାର ଛାତ୍ରଛାତ୍ରୀଙ୍କୁ ଚଳିତବର୍ଷ ଲ୍ୟାପଟପ୍ ନଦେବାକୁ ନିଷ୍ପତ୍ତି ନେଇଛନ୍ତି । ଡିବିଟି ମାଧ୍ୟମରେ ୩୦ହଜାର ଟଙ୍କା ସେମାନଙ୍କ ଆକାଉଣ୍ଟକୁ ଦେବେ, ଯାହାଫଳରେ ସେମାନେ ନିଜ ପସନ୍ଦ ଅନୁସାରେ ଲ୍ୟାପଟପ୍ କିଣିବାର ସୁଯୋଗ ପାଇବେ । ୨୦୧୩ ମସିହାରୁ ଲ୍ୟାପଟପ୍ ବଣ୍ଟନ କରୁଥିବା ସରକାର ୨୦୨୦-୨୧ ଶିକ୍ଷାବର୍ଷରେ ଯୁକ୍ତ ଦୁଇ ପରୀକ୍ଷାର ବିଭିନ୍ନ ବର୍ଗରେ କୃତକାର୍ଯ୍ୟ ହୋଇଥିବା ପ୍ରାୟ ୧୫ହଜାର ଛାତ୍ରଛାତ୍ରୀଙ୍କୁ ୩୦ହଜାର ଟଙ୍କା ଦେବେ । ତା’ପୁଣି ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ । ତେବେ ଏହି ଲ୍ୟାପଟପ୍ ଅର୍ଥ ପାଇବା ନିମନ୍ତେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମାର୍ଚ୍ଚ ୧୮ତାରିଖ ସୁଦ୍ଧା ଉଚ୍ଚଶିକ୍ଷା ବିଭାଗର ୱେବସାଇଟ୍‌ରେ ଆବଶ୍ୟକ ଦସ୍ତାବିଜ ଅପଲୋଡ୍ କରିବାକୁ ପଡ଼ିବ ।
ସୂଚନାଯୋଗ୍ୟ, ଯୁକ୍ତ ଦୁଇ ପରୀକ୍ଷାରେ ଅଧିକ ନମ୍ବର ରଖି କୃତକାର୍ଯ୍ୟ ହେଉଥିବା ୧୫ହଜାର ପିଲାଙ୍କୁ ଏହି ଲ୍ୟାପଟପ୍ ବଣ୍ଟନ କରାଯାଇଥାଏ । କଳା ବର୍ଗରେ ୫୪୦୦, ବିଜ୍ଞାନରେ ୭ହଜାର ,ବାଣିଜ୍ୟରେ ୨ହଜାର, ଧନ୍ଦାମୂଳକ ଶିକ୍ଷାରେ ୨୦୦ ଓ ସଂସ୍କୃତି ବିଶ୍ୱବିଦ୍ୟାଳୟର ୪୦୦ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହି ଲ୍ୟାପଟପ୍ ବଣ୍ଟନ କରାଯାଇଥାଏ । ଏହି ଲ୍ୟାପଟପ୍ ବଣ୍ଟନ ପାଇଁ ଛାତ୍ରଛାତ୍ରୀ ଚୟନ ପ୍ରକ୍ରିୟା ଗତବର୍ଷଠୁ ରାଜ୍ୟସ୍ତରରେ ନକରାଯାଇ ଜିଲ୍ଲାସ୍ତରରେ ହେଉଛି । ଚଳିତବର୍ଷ ଏହି ଲ୍ୟାପଟପ୍ ବଣ୍ଟନ ପାଇଁ ରାଜ୍ୟ ସରକାର ୪୫କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଜଣାପଡ଼ିଛିି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top