Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଚଳିତମାସ ଜମିବ ନିର୍ବାଚନୀ ପ୍ରଚାର: ଆସିବେ କଂଗ୍ରେସ ଓ ବିଜେପିର ହେଭିୱେଟ୍

ଭୁବନେଶ୍ୱର(ଓଡ଼ିଶା ୱେୟାର):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଚଳିତ ମାସରେ ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀମାନଙ୍କ ସମେତ ହେଭିୱେଟ୍ ବିଜେପି ନେତାଙ୍କ ଭିଡ଼ ଜମିବ। କଂଗ୍ରେସ ମଧ୍ୟ ନିଜର ଜାତୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କୁ ପୁଣିଥରେ ଚଳିତ ମାସରେ ଓଡ଼ିଶା ଆଣୁଥିବାବେଳେ ଅନ୍ୟ କିଛି କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଉଭୟ ବିଜେପି ଓ କଂଗ୍ରେସର ଜାତୀୟ ନେତାମାନଙ୍କର ଭିଡ଼ ଓଡ଼ିଶାରେ ନିର୍ବାଚନୀ ମାହୋଲକୁ ସରଗରମ କରିବାର ସମ୍ଭାବନା ରହିଛି।
ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଓଡ଼ିଶାରେ ମିଶନ-୧୨୦କୁ ସଫଳ କରିବା ପାଇଁ ଚଳିତମାସ ୧୭ତାରିଖରେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂହ ଓଡ଼ିଶା ଗସ୍ତରେ ଆସିବେ।
ସେହିପରି ଓଡ଼ିଶାରେ ନିର୍ବାଚନୀ ପ୍ରଚାରର ମଙ୍ଗ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଧରିବେ। କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ, ରାମକୃପାଲ ଯାଦବ, ମନୋଜ ସିହ୍ନା, ମନସୁଖଭାଇ ମଣ୍ଡାଭିଆ ପ୍ରମୁଖ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଆଗାମୀ ଦିନରେ ୧୪୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ସରକାରଙ୍କ ଅନେକ ମନ୍ତ୍ରୀ ଏବଂ ନେତା ପହଞ୍ôଚି ଉଦବୋଧନ ଦେବେ। ସେହିପରି ‘ମୋ ଘର ଭାଜପା ଘର’ କାର୍ଯ୍ୟକ୍ରମରେ ବୁଥସ୍ତରରେ କର୍ମକର୍ତ୍ତାମାନଙ୍କ ସହ ଆଲୋଚନା କରିବେ । ‘କମଳ ଜ୍ୟୋତି’ ସଂକଳ୍ପ କାର୍ଯ୍ୟକ୍ରମ ବୁଥସ୍ତରରେ ଆୟୋଜିତ ହେବ । ପ୍ରଧାନମନ୍ତ୍ରୀ ବି ବୁଥସ୍ତରୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ସିଧା ସଳଖ ଭାବ ବିନିମୟ କରିବେ । ରାଜ୍ୟ ବିଜେପି ମିଶନ ୧୨୦+ ଲକ୍ଷ୍ୟରେ ଆଗେଇ ଚାଲିଛି । ପୂର୍ବ ଭାରତର ବିକାଶ ତଥା ନୂଆ ଓଡିଶା ଗଠନ ପାଇଁ ବିଜେପି ପ୍ରାଧାନ୍ୟ ଦେଇ ଆସୁଛି । ତୃଣମୂଳ ସ୍ତରରୁ ଆରମ୍ଭ କରି ସବୋର୍ଚ୍ଚ ନେତୃତ୍ୱ ପର୍ଯ୍ୟନ୍ତ ସମସ୍ତେ ଏକ ହୋଇ ଓଡିଶାର ବିକାଶ ଦିଗରେ କାର୍ଯ୍ୟ କରୁଛନ୍ତି ବୋଲି ଶ୍ରୀ ପଣ୍ଡା କହିଛନ୍ତି ।
ଅନ୍ୟପକ୍ଷରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ, ଚଳିତ ମାସ ଶେଷ ସପ୍ତାହରେ ରାହୁଲ ଗାନ୍ଧି ପୁଣିଥରେ ଓଡ଼ିଶା ଗସ୍ତରେ ଆସିବେ । କଂଗ୍ରେସ ଶାସିତ ୪ଟି ରାଜ୍ୟ ଛତିଶଗଡ଼, ପଞ୍ଜାବ, ମଧ୍ୟପ୍ରଦେଶ ଓ ରାଜସ୍ଥାନର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଓଡ଼ିଶା ଆସିବା ପାଇଁ ସମ୍ମତି ପ୍ରଦାନ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top