Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଚାଷୀ ପ୍ରସଙ୍ଗକୁ ନେଇ ମୁହାଁମୁହିଁ : ଦଲାଲଙ୍କ ପାଇଁ ବିଜେପି ଓକିଲାତି କରୁଛି: ବିଜେଡି

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ଓ ଧାନକିଣାରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ବିଜେପି ବିଶାଳ ଗଣବିକ୍ଷୋଭ କରିବା ସହ ରାଜ୍ୟ ବିଜେପି ନେତାମାନେ ଥାନାରେ ଧାରଣା ଦେବାପରେ କ୍ଷମତାସୀନ ବିଜେଡି ବିଚଳିତ ହୋଇପଡ଼ିଛି । ଚାଷୀଙ୍କଠୁ ଧାନ କିଣିବାପରେ ହିଁ ଧାରଣା ପ୍ରତ୍ୟାହୃତ ହେବ ବୋଲି ଜିଦରେ ବିଜେପି ଅଟଳ ରହିବାପରେ ବିଜେଡି ଏବେ ପ୍ରକୃତ ପ୍ରସଙ୍ଗ ଏଡ଼ାଇ ଯାଇ ରାଜ୍ୟ ବିଜେପିକୁ ସିଧାସଳଖ ସମାଲୋଚନା କରିଛି ।
ବିଜେଡି ମୁଖପାତ୍ର ତଥା ପଶ୍ଚିମଓଡ଼ିଶାର ନେତ୍ରୀ ଶ୍ରୀମୟୀ ମିଶ୍ର ଆଜି ଭୁବନେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟରେ ପଶ୍ଚିମଓଡ଼ିଶା ଭାଷାରେ ସାମ୍ବାଦିକମାନଙ୍କୁ ସମ୍ବୋଧନ କରି ରାଜ୍ୟ ବିଜେପିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି । ଦଲାଲଙ୍କ ସହ ରାଜ୍ୟ ବିଜେପି ନେତାମାନେ ହାତ ମିଳାଇଛନ୍ତି ଓ ସେମାନଙ୍କ ପାଇଁ ଓକିଲାତି କରୁଛନ୍ତି । ବିଜେପି ନେତାମାନେ ସର୍ବଦା ଦଲାଲମାନଙ୍କ ପାଇଁ ଓକିଲାତି କରୁଥିବା ରାଜ୍ୟବାସୀ ଭଲଭାବେ ଜାଣନ୍ତି ବୋଲି କହିଛନ୍ତି । ରାଜ୍ୟ ସରକାର ଚାଷୀଙ୍କ ଠାରୁ ଧାନ କ୍ରୟ କରୁଥିବାବେଳେ ବିଜେପି ଏବେ ଦଲାଲଙ୍କ ପାଇଁ ଓକିଲାତି କରୁଛି । ଦିଲ୍ଲୀରେ ଚାଷୀମାନେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ଦେଇଥିବା ଧାରଣାରୁୁ ନଜର ହଟାଇବା ପାଇଁ ଓଡିଶା ବିଜେପି ଏଭଳି ଡ୍ରାମା କରୁଛି । ବିଜେପିର ଉଦ୍ଦେଶ୍ୟକୁ ଓଡ଼ିଶାବାସୀ ଭଲଭାବେ ବୁଝି ସାରିଲେଣି । ବିଜେଡି ସାଂସଦମାନେ ଗତକାଲି କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଭେଟିବା ସହିତ ଚାଉଳ ସଂଗ୍ରହ ଓ ସବସିଡି ପ୍ରଦାନ ସମ୍ପର୍କିତ ସମସ୍ୟାର ସମାଧାନ ହୋଇଛି । ହେଲେ ବିଜେପି ସାଂସଦମାନେ ଓଡ଼ିଶା ପାଇଁ କରିଛନ୍ତି କ’ଣ ବୋଲି ଶ୍ରୀମତୀ ପ୍ରଶ୍ନ କରିଛନ୍ତି । ବିଜେପି ନେତାମାନେ ଏଠାରେ ଶସ୍ତା ରାଜନୀତି କରିବା ଅପେକ୍ଷା ଓଡ଼ିଶାର ଚାଷୀଙ୍କ ସ୍ୱାର୍ଥରକ୍ଷା ଲାଗି ବିଜେଡି ସାଂସଦଙ୍କ ପରି ଦିଲ୍ଲୀ ଦରବାରରେ ସ୍ୱର ଉତ୍ତୋଳନ କରନ୍ତୁ ବୋଲି କହିଛନ୍ତି । ବିଜେପି ନେତାମାନେ ଟିଭିରେ ଧାରାବାହିକ ଡ୍ରାମାରୁ ବିରତ ହୋଇ ଚାଷୀଙ୍କ ସ୍ୱାର୍ଥ ପାଇଁ କାମ କରନ୍ତୁ ବୋଲି କହିଛନ୍ତି । ଧାନ ସଂଗ୍ରହ ପ୍ରକ୍ରିୟାରେ ପଞ୍ଜୀକୃତ ସମସ୍ତ ଚାଷୀଙ୍କ ନିକଟରେ ଥିବା ବଳକା ଧାନକୁ ସଂଗ୍ରହ କରାଯିବା ନେଇ ବିଜେଡି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ରେକର୍ଡ ପରିମାଣର ଧାନ ଉତ୍ପାଦନ ହୋଇଥିବାବେଳେ ଠିକଣା ଭାବେ ଧାନ ସଂଗ୍ରହ ଯୋଗୁଁ ଲକ୍ଷାଧିକ ଚାଷୀ ଉପକୃତ ହେଉଛନ୍ତି । ୨୦୧୮-୧୯ ବର୍ଷରେ ୬୫.୫ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଥିବାବେଳେ ଚାଷୀମାନଙ୍କ ଖାତାକୁ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦରେ ୧୧,୪୦୦ କୋଟି ଟଙ୍କା ପଠାଯାଇଥିଲା । ୨୦୧୯-୨୦ ବର୍ଷରେ ୭୦.୫୬ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଥିଲା ଓ ୧୨,୮୦୮ କୋଟି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯାଇଥିଲା । ଚାଷୀ ସିଧାସଳଖ ଟଙ୍କା ପାଉଥିବାରୁ ଦଲାଲମାନେ ଏବେ ରାଜ୍ୟ ବିଜେପି ନେତାମାନଙ୍କ ସହ ମିଶି ଏଭଳି ବିଭ୍ରାନ୍ତ କରୁଛନ୍ତି ବୋଲି ଶ୍ରୀମତୀ ମିଶ୍ର ଅଭିଯୋଗ କରିଛନ୍ତି ।
ସୂଚନାଯୋଗ୍ୟ, ବିଜେପିର ରାଜ୍ୟ ନେତାମାନେ ସମ୍ବଲପୁରରେ ଥାନାରେ ଧାରଣା ବସିଛନ୍ତି । ଆଜି ଆରଡିସିଙ୍କ ସହ ବିଜେପିର ୯ଜଣିଆ ପ୍ରତିନିଧି ଦଳ ଆଲୋଚନା କରିବ ବୋଲି ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top