Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ସି-ସୋର ଚିଟଫଣ୍ଡ ଦୁର୍ନୀତିର ଅଭିଯୁକ୍ତ ସରୋଜ କୁମାର ସାହୁଙ୍କ ଦ୍ୱାରା ଲିଖିତ ଏକ ପୁସ୍ତକକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉନ୍ମୋଚନ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସଠାରେ ଦୁଇଟି ପୁସ୍ତକକୁ ଉନ୍ମୋଚନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରାଜନୀତିକ ସଚିବ ତଥା ଅବସରପ୍ରାପ୍ତ ପ୍ରଶାସକ ଡଃ ଗୋପବନ୍ଧୁ ଦାସଙ୍କ କବିତା ସଂକଳନ ‘ଛାଇର ଶବ୍ଦ’କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଏଥିରେ ୮୩ଟି କବିତା ସ୍ଥାନ ପାଇଛି । ସୂକ୍ଷ୍ମ ସୌନ୍ଦର୍ଯ୍ୟବୋଧ ଓ ଜୀବନର ବୈଚିତ୍ର‌୍ୟ ଉପରେ ଏହି ସବୁ କବିତା ଆଧାରିତ ବୋଲି ଜଣାପଡ଼ିଛି ।
ସେହିପରି ଚିଟଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଏକାଧିକାର ଜେରାର ସମ୍ମୁଖୀନ ହୋଇଥିବା ସରୋଜ କୁମାର ସାହୁଙ୍କ ରଚିତ ଗଳ୍ପଗୁଚ୍ଛ ‘ସୂର୍ଯ୍ୟାସ୍ତ ପୂର୍ବରୁ’କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ । ଏଥିରେ ୩୦ଟି ଗଳ୍ପ ସ୍ଥାନିତ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଭୟ ଲେଖକଙ୍କୁ ଅଭିନନ୍ଦନ ଜଣାଇବା ସହ ପୁସ୍ତକ ଦୁଇଟି ପାଠକୀୟ ଆଦର ଲାଭ କରିବ ବୋଲି ଆଶା କରିଥିଲେ ।
ତେବେ, କୋଟିକୋଟି ଟଙ୍କାର ଚିଟଫଣ୍ଡ ଦୁର୍ନୀତିରେ ଅଭିଯୁକ୍ତ ଥିବା ଶ୍ରୀ ସାହୁ ଏବେବି ସିବିଆଇ ସ୍କାନରରେ ରହିଥିବାବେଳେ ମୁଖ୍ୟମନ୍ତ୍ରୀ କିଭଳି ତାଙ୍କର ପୁସ୍ତକ ଉନ୍ମୋଚନ କଲେ ତାହା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top