Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଜନ୍ମଦିନରେ ଅଙ୍ଗଦାନ ପାଇଁ ଚୁକ୍ତିବଦ୍ଧ ହେଲେ ଓଟିଡିସି ଅଧ୍ୟକ୍ଷା

ଭୁବନେଶ୍ୱର, (ଓଡ଼ିଶା ୱେୟାର): ବିଜେଡି ନେତ୍ରୀ ତଥା ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଆଜି ନିଆରା ଢଙ୍ଗରେ ନିଜର ଜନ୍ମଦିନ ପାଳନ କରିଛନ୍ତି। ସେ ଆଜି କଟକସ୍ଥିତ ‘ସମାଜ’ କାର‌୍ୟ୍ୟାଳୟକୁ ଯାଇ ସେଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶରୀର ଓ ଅଙ୍ଗଦାନ ଅଭିଯାନରେ ସାମିଲ ହୋଇଛନ୍ତି।
ଶ୍ରୀମତୀ ମିଶ୍ର ଆଜି ସମାଜ କାର‌୍ୟ୍ୟାଳୟ ପରିସରରେ ଥିବା ‘ଶରୀର ଓ ଅଙ୍ଗଦାନ ଅଭିଯାନ’ ସଭାପତି ତଥା ଲୋକସେବକ ମଣ୍ଡଳର ସମ୍ପାଦକ ଡଃ ପ୍ରଭାସ ଆଚାର‌୍ୟ୍ୟ ଓ ଅନୁଷ୍ଠାନର ଅନ୍ୟ କର୍ମକର୍ତ୍ତାଙ୍କୁ ଭେଟି ମୃତ୍ୟୁ ପରେ ତାଙ୍କର ଶରୀରକୁ ଅନ୍ୟକୁ ଦାନ କରିବା ନିମନ୍ତେ ଆନୁଷ୍ଠାନିକ ଚୁକ୍ତିବଦ୍ଧ ଓ ସତ୍ୟପାଠ କରିଛନ୍ତି। ଶ୍ରୀମତୀ ମିଶ୍ର ଅଙ୍ଗଦାନ ପାଇଁ ଅଙ୍ଗୀକାରବଦ୍ଧ ହେବାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ସଚେତନତାର ଅଭାବ ହେଉ କି ଅନ୍ଧବିଶ୍ୱାସ ଯୋଗୁ ଭାରତରେ ସେଭଳି ଆଖିଦୃଶିଆ ଅଙ୍ଗଦାନ ହୋଇପାରିନାହିଁ। ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ପ୍ରତିବର୍ଷ ପ୍ରାୟ ୫ଲକ୍ଷ ଲୋକଙ୍କର ଶରୀରର ବିଭିନ୍ନ ଅଙ୍ଗ ଅକାମୀ ହୋଇଯାଉଥିବାରୁ ସେମାନଙ୍କର ମୃତ୍ୟୁ ହେଉଛି। ତେଣୁ ଅଙ୍ଗଦାନ କରି ଯଦି ଏଭଳି ଲୋକଙ୍କ ମୁହଁରେ ଓ ସେମାନଙ୍କର ପରିବାର ମୁହଁରେ ଟିକେ ହସ ଫୁଟାଇ ପାରିବା, ତା’ହେଲେ ଏହାଠାରୁ ବଡ଼ ମହତ କାମ ଓ ଆତ୍ମସନ୍ତୋଷ ଆଉ କିଛି ହୋଇନପାରେ। ଅଙ୍ଗଦାନ ସବୁଠୁ ମହତ ଦାନ। ମୃତ୍ୟୁପରେ ସ୍ୱେଚ୍ଛାକୃତ ଅଙ୍ଗଦାନକୁ ପ୍ରୋତ୍ସାହିତ କରାଗଲେ ଅନେକ ମୂଲ୍ୟବାନ ଜୀବନ ବଂଚାଇ ହେବ। ନିକଟରେ ଦିଲ୍ଲୀରେ ମାତ୍ର ୨୦ମାସର ଶିଶୁ ବ୍ରେନ୍ ଡେଡ୍ ଅବସ୍ଥାରେ ନିଜର ଅଙ୍ଗଦାନ କରି ୫ଜଣଙ୍କ ଜୀବନକୁ ବଂଚାଇ ପାରିଛି। ତେଣୁ ମୃତ୍ୟୁ ପରେ ମୋ’ର ଶରୀର ଅନ୍ୟ କାହାରି ଜୀବନ ବଂଚାଇବା ସହ ଚିକିତ୍ସା ବିଜ୍ଞାନ ଗବେଷଣା ପାଇଁ ଉପଯୋଗ ହେଉ ବୋଲି ଆଶା ରଖି ଅଙ୍ଗଦାନ ନିମନ୍ତେ ଚୁକ୍ତିବଦ୍ଧ ହୋଇଛି। ମୃତ୍ୟୁ ପରେ ଯଦି ଆମର ଶରୀର ଅନ୍ୟର କାମରେ ଆସିପାରୁଛି ଓ ଅନ୍ୟମାନଙ୍କ ଜୀବନ ବଂଚାଇବାରେ ସହାୟକ ହେଇପାରୁଛି, ତା’ହେଲେ ଏଥିପ୍ରତି ସମସ୍ତେ ଆଗେଇ ଆସିବା ଉଚିତ୍ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି।
ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ଅଙ୍ଗଦାନ ପାଇଁ ଚୁକ୍ତିବଦ୍ଧ ହୋଇଥିବାବେଳେ ‘ଶରୀର ଓ ଅଙ୍ଗଦାନ ଅଭିଯାନ’ କାର‌୍ୟ୍ୟାଳୟ ପରିସରରେ ‘ଦୈନିକ ସମାଜ’ର ପ୍ରିଣ୍ଟର ଓ ପବ୍ଲିସର ନିରଞ୍ଜନ ରଥ ଏବଂ କାର‌୍ୟ୍ୟକାରୀ ଜେନେରାଲ ମ୍ୟାନେଜର ପ୍ରିୟବ୍ରତ ମହାନ୍ତି, ଯୁବ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଆଶୀଷ ମିଶ୍ର, ଯୁବ ବିଜେଡି ରାଜ୍ୟ ସମ୍ପାଦକ ଅପର୍ଣ୍ଣା ଦାସ, ଛାତ୍ର ବିଜେଡି ସମ୍ପାଦିକା ପ୍ରୀତି ପ୍ରିୟଙ୍କା ଓ ଲକ୍ଷ୍ମୀପ୍ରିୟା ଦୀକ୍ଷିତ, ଛାତ୍ର ବିଜେଡି ଯୁଗ୍ମ ସମ୍ପାଦିକା ସୁପ୍ରୀତି ଶର୍ମା, ପୂର୍ଣ୍ଣିମା ବେହେରା ଓ ସୋନାଲି ସାହୁଙ୍କ ସମେତ କଟକ ପାନ୍ଥନିବାସର ମ୍ୟାନେଜର ତାରିକ୍ ଅଲ୍ଲୀ ପ୍ରମୁଖ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top