Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଜୟଦେବ ବିହାରରୁ କିଟ୍ ଛକ ପର୍ଯ୍ୟନ୍ତ ରାସ୍ତା ହେବ ୮ ଲେନ୍ ବିଶିଷ୍ଟ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଏଡ଼ାଇବା ପାଇଁ ଜୟଦେବ ବିହାର ଛକରୁ କିଟ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ୮ଲେନ୍ ବିଶିଷ୍ଟ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୨୦୨୧-୨୧ ଆର୍ଥିକ ବର୍ଷରେ ବଜେଟ୍ ବରାଦ ମଧ୍ୟ ହେବ ବୋଲି ଜଣାପଡ଼ିଛି ।
ପୂର୍ତ୍ତ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ସରକାର ନିଜସ୍ୱ ଯୋଜନାରେ ଆସନ୍ତା ଫେବୃୟାରୀ ମଧ୍ୟଭାଗରେ ଆଗତ ହେବାକୁ ଥିବା ୨୦୨୧-୨୨ ଆର୍ଥିକ ବର୍ଷ ବଜେଟରେ ଜୟଦେବ ବିହାରଠାରୁ କିଟ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ୮ଲେନ୍ ବିଶିଷ୍ଟ ରାସ୍ତା ପରିଣତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏଥିରେ କଳିଙ୍ଗ ହସ୍ପିଟାଲ ଛକ ଓ ଡମଣା ଛକଠାରେ ଦୁଇଟି ଫ୍ଲାଏଓଭର ବ୍ରିଜ୍ ମଧ୍ୟ ନିର୍ମାଣ ହେବ । ୨୦୨୧-୨୨ ଆର୍ଥିକ ବର୍ଷରେ ସମଗ୍ର ରାଜ୍ୟରେ ମୋଟ ୩୦ଟି ବ୍ରିଜ୍ ,୨ଟି ରେଳ ଓଭର ବ୍ରିଜ୍ ଓ ଏକ ହଜାର କିମି ରାସ୍ତାର ଉନ୍ନତିକରଣ ପାଇଁ ୨୧୭୯.୬୨ କୋଟି ଟଙ୍କାର ବଜେଟ୍ ବ୍ୟୟବରାଦ ହେବ ବୋଲି ଜଣାପଡ଼ିଛି । ଏହି ଅର୍ଥରେ ବୃହତ୍ ପ୍ରକଳ୍ପ ଭାବେ ଜୟଦେବ ବିହାରଠୁ କିଟ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ୮ଲେନ୍ ବିଶିଷ୍ଟ ଓ ୨ଟି ଫ୍ଲାଏଓଭର ନିର୍ମାଣ ସମେତ ଭୁବନେଶ୍ୱର ରିଙ୍ଗ ରୋଡ୍ (ଧଉଳିଠୁ ତମାଣ୍ଡୋ), ଭୁବନେଶ୍ୱର ଦୟା-ପଶ୍ଚିମ କେନାଲ ରାସ୍ତା, ତାଳଦଣ୍ଡା କେନାଲ ରାସ୍ତାର ଉନ୍ନତିକରଣ(ରାଣୀହାଟ ଛକଠୁ ଏନଏଚ-୧୬ ପର୍ଯ୍ୟନ୍ତ), ତାଳଦଣ୍ଡା କେନାଲ ଉପରେ ବ୍ରିଜ୍ ନିର୍ମାଣ, ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ସହାୟକ ରାସ୍ତା ଓ ପ୍ରବେଶ ପଥ, କଟକ ରିଙ୍ଗ ରୋଡକୁ ୬ଲେନ୍ ବିଶିଷ୍ଟ କରିବା ସହ ବ୍ରହ୍ମପୁର ରିଙ୍ଗ ରୋଡ୍ ,ବଲାଙ୍ଗିର ରିଙ୍ଗ ରୋଡ୍‌, ଭବାନୀପାଟଣା ସହରର ବାହ୍ୟ ରୋଡ୍ ନିର୍ମାଣ କରାଯିବ । ଏହାସହିତ କଟକ-ପାରାଦୀପ ରାସ୍ତା(ବିରିବାଟୀଠୁ ପାରାଦୀପ ପର୍ଯ୍ୟନ୍ତ)କୁ ୪ ଲେନ୍ ବିଶିଷ୍ଟ କରିବା ନିମନ୍ତେ ଆସନ୍ତା ବଜେଟରେ ବ୍ୟୟବରାଦ ହେବ ବୋଲି ସୂଚନା ମିଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top