Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଟୀକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ, ୨ମାସ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ୱେୟାର): କୋଭିଡ୍ ଟୀକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବେ କାର୍ଯ୍ୟକାରୀ କରିବା ନିମନ୍ତେ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ । ଏବେ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନଠୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବାବେଳେ ଖୁବଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି । ତେଣୁ ଆଗାମୀ ୨ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଜ୍ୟରେ କୋଭିଡ୍ ପରିସ୍ଥିତି ଓ ଟୀକାକରଣ ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ଇଂଲଣ୍ଡ ଓ ୟୁରୋପରେ କୋଭିଡର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଓ କେତେକ ଦେଶରେ ଲକଡାଉନ୍ ପୁଣି ଲାଗୁ କରାଗଲାଣି । ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତଙ୍କ ସହଯୋଗରେ କୋଭିଡ୍ ସଂକ୍ରମଣକୁ ସଫଳ ଭାବେ ଏବେ ପର୍ଯ୍ୟନ୍ତ ନିୟନ୍ତ୍ରଣ କରାଯାଇ ପାରିଛି । ଅଧିକାଂଶ ଜିଲ୍ଲା ଗ୍ରୀନ୍ ଜୋନରେ ରହିଥିବାବେଳେ ତୀବ୍ର ସଂକ୍ରମଣ ପର୍ଯ୍ୟାୟ ଅତିକ୍ରମ ହୋଇଯାଇଛୁ । ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଓ ଆଗଧାଡ଼ିରେ ରହି କାମ କରୁଥିବା ସମସ୍ତ କୋଭିଡ୍ ଯୋଦ୍ଧାମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । କୋଭିଡ୍ ଟୀକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାର କରିଛି । ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତ କିଛି କରିବାକୁ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସେହିପରି ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ, କୋଭିଡ୍ ନିୟନ୍ତ୍ରଣରେ ରାଜ୍ୟ ବହୁତ ଭଲ ସ୍ଥିତିରେ ରହିଛି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨ହଜାର ମଧ୍ୟରେ ସୀମିତ ରହିଛି । ଜୀବନଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ରାଜ୍ୟରେ ଆରୋଗ୍ୟ ହାର ଏବେ ପ୍ରାୟ ୯୯ ପ୍ରତିଶତରେ ପହଂଚିଥିବାବେଳେ ଗତକାଲିଠୁ ରାଜ୍ୟରେ କୋଭିଡରେ କୌଣସି ରୋଗୀଙ୍କ ମୃତ୍ୟୁ ହୋଇନାହିଁ ବୋଲି କହିଥିଲେ । ସୂଚନାଯୋଗ୍ୟ, ଗତ ଜୁନ୍ ମାସ ୩୦ତାରିଖରୁ ନିୟମିତ ଭାବେ କୋଭିଡରେ ମୃତ୍ୟୁ ହୋଇଥିବା ରିପୋର୍ଟ ଆସୁଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top