Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଡିସେମ୍ବର ପହିଲାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତା ଡିସେମ୍ବର ୧ତାରିଖରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବ ଓ ପାଠପଢ଼ା ସ୍ୱାଭାବିକ ହେବ । ଏନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଧିବଦ୍ଧ ନିର୍ଦ୍ଦେଶ ଜାରି ହୋଇଛି ।
ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏ ସମ୍ପର୍କରେ ନିର୍ଦ୍ଦେଶନାମା ଜାରି କରି କହିଛନ୍ତି ଯେ, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଗାଇଡଲାଇନ ଉପରେ ବ୍ୟାପକ ବିଚାରବିମର୍ଶ କରିବା ପରେ ରାଜ୍ୟ ସରକାର ସମସ୍ତ ମେଡିକାଲ କଲେଜକୁ ଆସନ୍ତା ୧ତାରିଖରୁ ଖୋଲିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ମେଡିକାଲ କଲେଜ କର୍ତ୍ତୃପକ୍ଷମାନେ କଡ଼ାକଡ଼ି ଭାବେ କୋଭିଡ୍ ଗାଇଡଲାଇନକୁ ପାଳନ କରିବେ । ସାମାଜିକ ଦୂରତ୍ୱ ଓ ମାସ୍କ ପିନ୍ଧିବା ସହ ମହାମାରୀ ସଂକ୍ରମଣକୁ ରୋକିବା ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପରାମର୍ଶକୁ ପାଳନ କରିବାକୁ କୁହାଯାଇଛି । ନ୍ୟାସନାଲ ମେଡିକାଲ କାଉନସିଲ ପକ୍ଷରୁ ଜାରି ହୋଇଥିବା ପରାମର୍ଶକୁ ମଧ୍ୟ ସମସ୍ତ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କାରେ ରାଜ୍ୟ ସରକାର ସମସ୍ତ ମେଡିକାଲ କଲେଜରେ ପାଠପଢ଼ାକୁ ବନ୍ଦ କରିଥିଲେ । ତେବେ ପାଠ୍ୟକ୍ରମ ପ୍ରଭାବିତ ହେଉଥିବାରୁ କେନ୍ଦ୍ର ସରକାରଙ୍କ ପରାମର୍ଶରେ ପୁଣିଥରେ ମେଡିକାଲ କଲେଜଗୁଡ଼ିକରେ ସ୍ୱାଭାବିକ ପାଠପଢ଼ା ସ୍ୱାଭାବିକ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ।ରାଜ୍ୟରେ ଏବେ ୭ଟି ସରକାରୀ ମେଡିକାଲ କଲେଜ ସମେତ ୩ଟି ବେସରକାରୀ ମେଡିକାଲ କଲେଜ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top