Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦିବ୍ୟାଙ୍ଗଙ୍କୁ ଜୀବନସାଥୀ କଲେ ସରକାର ଦେବେ ଅଢ଼େଇ ଲକ୍ଷ ଟଙ୍କା

ଭୁବନେଶ୍ୱର(ଓଡ଼ିଶା ୱେୟାର): ଦିବ୍ୟାଙ୍ଗ ପୁରୁଷ ଅବା ମହିଳାଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ରାଜ୍ୟ ସରକାର ଅଢ଼େଇ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଦେବେ । ପୂର୍ବରୁ ଏହି ପ୍ରୋତ୍ସାହନ ରାଶି ୫୦ହଜାର ଟଙ୍କା ଥିଲା । ଦିବ୍ୟାଙ୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ଏହି ପ୍ରୋତ୍ସାହନ ରାଶିର ପରିମାଣକୁ ୫୦ହଜାର ଟଙ୍କାରୁ ଅଢ଼େଇ ଲକ୍ଷ ଟଙ୍କାକୁ ବୃଦ୍ଧି ନିମନ୍ତେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରସ୍ତାବକୁ ଉଭୟ ଯୋଜନା ଓ ସଂଯୋଜନ ବିଭାଗ ଏବଂ ଅର୍ଥ ବିଭାଗ ଅନୁମତି ଦେଇଥିବା ଜଣାପଡ଼ିଛି ।
ମିଳିଥିବା ସୂଚନା ଅନୁସାରେ, ଦିବ୍ୟାଙ୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରି ସେମାନଙ୍କୁ ସମ୍ମାନଜନକ ଭାବେ ବଂଚିବା ନିମନ୍ତେ ପ୍ରୋତ୍ସାହନ ଦେବା ପାଇଁ ଜାତୀୟ ଭିନ୍ନକ୍ଷମ ପଲିସିି ଓ ଜାତିସଂଘ ଚୁକ୍ତିନାମାର ସର୍ତ୍ତାବଳୀକୁ କାର୍ଯ୍ୟକାରୀ କରିବା ଜରୁରୀ ହୋଇଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ବିଶେଷକରି ସମାଜରୁ ଜାତିପ୍ରଥାକୁ ଦୂର କରିବା ନିମନ୍ତେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତିଙ୍କୁ ଅନ୍ୟ ଜାତିର ବ୍ୟକ୍ତି ବିବାହ କଲେ ବିଭାଗ ପକ୍ଷରୁ ଅଢ଼େଇ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଦିଆଯାଉଥିବାରୁ ସମାନ ପରିମାଣର ପ୍ରୋତ୍ସାହନ ରାଶି ଦେବା ନିମନ୍ତେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରସ୍ତାବ ଦେଇଥିଲା । ଯାହାକୁ ଯୋଜନା ଓ ସଂଯୋଜନ ବିଭାଗ ଅନୁମୋଦନ କରିଥିବାବେଳେ ଅର୍ଥ ବିଭାଗ ମଧ୍ୟ ମଞ୍ଜୁରୀ ଦେଇଛି । ରାଜ୍ୟ ଯୋଜନା ଅନ୍ତର୍ଗତ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ରାଜ୍ୟସ୍ତରରେ ଭିନ୍ନକ୍ଷମ ସଶକ୍ତିକରଣ ନିର୍ଦ୍ଦେଶକ ଓ ଜିଲ୍ଲାସ୍ତରରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯିବ ।
ପୂର୍ବରୁ ଏହି ଯୋଜନା ଅନ୍ତର୍ଗତ ଦିବ୍ୟାଙ୍ଗଙ୍କୁ ବିବାହ କଲେ ସର୍ବାଧିକ ୫୦ହଜାର ଟଙ୍କାର ପ୍ରୋତ୍ସାହନ ରାଶି ରାଜ୍ୟ ସରକାର ଯୋଗାଇ ଦେଉଥିଲେ । ତେବେ ଏହି ବର୍ଦ୍ଧିତ ରାଶି ଆସନ୍ତା ଏପ୍ରିଲ ପହିଲାରୁ ମିଳିବ ବୋଲି ବିଭାଗ ସୂତ୍ରରୁ ସୂଚନା ମିଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top